32.9 C
Balāngīr
Monday, April 28, 2025

ରେଳ ଷ୍ଟେସନ ପ୍ଲାଟଫର୍ମରୁ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

Must read

ରିପୋର୍ଟ : କ୍ଷମା ସାଗର ଦାଶ
ରାୟଗଡା, (୧୦/୦୩) : ରାୟଗଡା ଜିଲ୍ଲା ମୁନିଗୁଡା ଷ୍ଟେସନ ନିକଟସ୍ଥ ଦୁଇ ନମ୍ବର ପ୍ଲାଟଫର୍ମରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର ହୋଇଥିବା ଜଣାପଡିଛି lWhatsApp Image 2025 03 09 at 19.27.34 ରେଳ ଷ୍ଟେସନ ପ୍ଲାଟଫର୍ମରୁ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

ଘଟଣାରୁ ପ୍ରକାଶ ଯେ ଶନିବାର ବିଳମ୍ବିତ ରାତ୍ରରେ ଭବାନୀପାଟଣା ବିଶାଖାପାଟଣା ପାସେଞ୍ଜର ଟ୍ରେନ ଯିବା ପରେ ଜଣେ ବ୍ୟକ୍ତି ଟ୍ରେନରୁ ଓହ୍ଲାଇ ପ୍ଲାଟଫର୍ମରେ ପଡ଼ିଥିବା ନେଇ ମୁନିଗୁଡା ଜିଆରପି ପୋଲିସ ଖବର ପାଇବା ପରେ ତୁରନ୍ତ ଜିଆରପି ଏଏଆଇ ଏମ. ଶର୍ମା,କନେଷ୍ଟବଲ ଅନୁଜଚନ୍ଦ୍ର ବୈଦ୍ୟଭୂଷଣଙ୍କ ସମେତ ଅନ୍ୟ କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ବ୍ୟକ୍ତି ଜଣଙ୍କୁ ଉଦ୍ଧାର କରି ମୁନିଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ଭର୍ତ୍ତି କରିଥିଲେ l

ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜିଆରପି ପୋଲିସ ସୂତ୍ରରୁ ଜଣାପଡିଛି l ଅନ୍ୟପଟେ ମୃତ ବ୍ୟକ୍ତିଙ୍କ ପରିଚୟ ବର୍ତମାନ ସୁଦ୍ଧା ମିଳିନଥିବା ବେଳେ ଜିଆରପି ପୋଲିସ କେଶ ନମ୍ବର ୬/୨୫ରେ ମାମଲା ରୁଜୁ କରିବା ସହ ଶବ ବ୍ୟବଛେଦ ପରେ ରାୟଗଡା ସ୍ଥିତ ମୋର୍ଜ ଗୃହରେ ରଖିବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଥିବା ଜିଆରପି ଏଏସଆଇ ଶ୍ରୀ ଶର୍ମା ସୂଚନା ଦେଇଛନ୍ତି l

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...