32.9 C
Balāngīr
Sunday, July 20, 2025

ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଜାରି, ଆଜି ୪ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ

Must read

ଭୁବନେଶ୍ୱର, (୩୦/୦୬) : ଆପ୍ର. : ଆହୁରି ୫ ଦିନ ବର୍ଷିବ । ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି ।

ଗତକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଉତ୍ତରପଶ୍ଚିମଦିଗରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଉପକୂଳ ଓ ଝାଡ଼ଖଣ୍ଡ ଆଡ଼କୁ ଗତି କରୁଛି । ଲଘୁଚାପ ପ୍ରଭାବରେ ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସମୟରେ ପବନର ବେଗ ଅଧିକ ରହିବା ଆଶଙ୍କା ଥିବାରୁ କଚ୍ଚା ଘର ଓ ତଳିଆ ଅଞ୍ଚଳରେ ଥିବା ଘରଗୁଡିକ କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି । ଏଥିପାଇଁ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...