32.9 C
Balāngīr
Saturday, April 26, 2025

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପିଇଓ

Must read

ବ୍ରହ୍ମପୁର, (୨୧/୦୩) : ଆ.ପ୍ର. : ଦିନକୁ ଦିନ ସରକାରୀ ବାବୁଙ୍କର ବଢୁଛି ଲାଞ୍ଚ ନେବା। ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡୁଛନ୍ତି ଅନେକ ଏଇ ଲାଞ୍ଚୁଆ ସରକାରୀ ବାବୁମାନେ ।

ତେବେ ସେହିଭଳି ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ପିଇଓ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଳକ ରାଧା ଦେଇପୁର ପଞ୍ଚାୟତର ପିଇଓ କ୍ଷେତ୍ରମୋହନ ନାୟକଙ୍କୁ ଜେରା କରୁଛି ଭିଜିଲାନ୍ସ । ସରପଞ୍ଚଙ୍କ ଅଜାଣତରେ ପ୍ରାୟ ୩୮ଲକ୍ଷ ଟଙ୍କା ଉଠା ଯାଇଥିବା ନେଇ ପିଇଓ କ୍ଷେତ୍ର ମୋହନ ନାୟକଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଏପରିକି ପଞ୍ଚାୟତକୁ ଆସିଥିବା ସରକାରୀ ଟଙ୍କା ହେରଫେର୍ ହୋଇଥିବା ଅଭିଯୋଗ ହୋଇଛି ।

ତେଣୁ ଗୁରୁବାର ବ୍ରହ୍ମପୁର ଭିଜିଲାନ୍ସର ଏକ ଟିମ୍ ରାଧାଦେଇପୁର ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚି ଯାଞ୍ଚ କରିବା ସହିତ ବିଭିନ୍ନ କର୍ମଚାରୀଙ୍କୁ ପଚରାଉଚରା କରିଥିଲେ। ପିଇଓଙ୍କୁ ଜେରା କରିବା ବେଳେ ତାଙ୍କ କାର୍ଯ୍ୟାଳୟରୁ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ତେବେ ଅଧିକ ତଦନ୍ତ ପାଇଁ ସରପଞ୍ଚଙ୍କ ସମେତ ବ୍ଲକର କିଛି ଅଧିକାରୀଙ୍କୁ ମଧ୍ୟ ଭିଜିଲାନ୍ସ ଡ଼ାକିଥିବା ସୂଚନା ମିଳିଛି।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...