32.9 C
Balāngīr
Wednesday, April 23, 2025

ଲୁପୁରସିଂହା ଗାଁରେ ଜମିକୁ ପାଣି ମଡାକୁ ନେଇ ହତ୍ୟାକାଣ୍ଡ ଘଟଣାରେ ୨ଜଣ ଗିରଫ, ଜଣେ ଫେରାର

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୨/୦୩) : ସୁବର୍ଣ୍ଣପୁର ଜିଲ୍ଲା ଲୁପୁରସିଂହା ଗ୍ରାମରେ ଜମିକୁ ପାଣି ନେବାକୁ ନେଇ ଜଣେ ବ୍ୟକ୍ତକୁ ନିର୍ମମ ଭାବେ ହତ୍ୟା କରିଥିବା ଘଟଣାରେ ପୁଲିସ ୨ଜଣକୁ ଗିରଫ କରିବା ସହ ବ୍ୟବହୃତ ବାଉଁଶ ବାଡ଼ି ଓ ଟାଙ୍ଗିଆ କୁ ଜବତ କରିଥିବା ସାମ୍ବାଦିକ ସମ୍ବିଳନୀରେ ପ୍ରକାଶ କରିଛନ୍ତି ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ରାମ ପ୍ରାସାଦ ସାହୁ ।WhatsApp Image 2025 03 12 at 20.47.39 ଲୁପୁରସିଂହା ଗାଁରେ ଜମିକୁ ପାଣି ମଡାକୁ ନେଇ ହତ୍ୟାକାଣ୍ଡ ଘଟଣାରେ ୨ଜଣ ଗିରଫ, ଜଣେ ଫେରାର

ସୂଚନା ଅନୁସାରେ ଏହା ପୂର୍ବ ଶତ୍ରୁତାକୁ ନେଇ ହୋଇଥିଲା ହତ୍ୟାକାଣ୍ଡ। ଅଭିଯୁକ୍ତ ଓ ମୃତକ ଜଣେ ମାଲିକଙ୍କ ଜମିକୁ ଭାଗ ଚାଷ କରୁଥିଲେ । ତେବେ ଉଭୟେ ସମସ୍ତ ଜମିକୁ ଏକା ଚାଷ କରିବାକୁ ଚାହୁଁଥିବା ବିଭିନ୍ନ ସମୟରେ ଉଭୟ ପରିବାର ମଧ୍ୟରେ ଝଗଡ଼ା ଲାଗିଥିଲା । ଗତ ସୋମବାର ସନ୍ଧ୍ୟା ସମୟରେ ପାଣି ମଡ଼ାକୁ ନେଇ ପୁଣି ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିବାବେଳେ ଅଭିଯୁକ୍ତମାନେ କାର୍ତ୍ତିକ ବରିହା(୫୦)କୁ ନିର୍ମମ ଭାବେ ହତ୍ୟା କରିଥିବା ଆରକ୍ଷୀ ଅଧିକ୍ଷକ ଶ୍ରୀ ସାହୁ ସୂଚନା ଦେଇଛନ୍ତି ।

ଉକ୍ତ ଘଟଣା ସଂପର୍କରେ ମୃତକ କାର୍ତ୍ତିକ ବରିହା ର ପୁଅ ଶିବ ବାରିହା ଲଛିପୁର ଥାନାରେ ଅଭିଯୋଗ କରିବାରୁ ପୁଲିସ ଏକ ମକଦ୍ଦମା ରୁଜୁ କରି ତଦନ୍ତ ଜାରି ରଖିଥିଲେ । ଏଥିରେ ସଂପୃକ୍ତି ଥିବା ଅଭିଯୁକ୍ତ ଦଇତାରୀ ପଧାନ (୪୦) ଓ ଶୁକୃ ଭୂଏ (୭୦)କୁ ଗିରଫ କରିଥିବାବେଳେ ଅନ୍ୟ ଜଣେ ଅଭିଯୁକ୍ତ ରାମ ଭୂଏ ଫେରାର ରହିଥିବା ଜଣପଡିଛି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...