32.9 C
Balāngīr
Tuesday, July 15, 2025

ଶାନ୍ତିପୂର୍ଣ୍ଣ ଓ ତ୍ରୁଟିପୂର୍ଣ୍ଣ ମାଟ୍ରିକ ପରୀକ୍ଷା ପାଇଁ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୧/୦୨) : ଦଶମ ଶ୍ରେଣୀ ମାଟ୍ରିକ୍ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ଏହି ଅବସରରେ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଏହି ପରୀକ୍ଷା ଛାତ୍ରଛାତ୍ରୀଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ । ତେଣୁ ଛାତ୍ରଛାତ୍ରୀମାନେ ଯେପରି ସମ୍ପୂର୍ଣ୍ଣ ଚାପମୁକ୍ତ ହୋଇ ପରୀକ୍ଷା ଦେବେ ଏବଂ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବେ, ସେଥିପ୍ରତି ଆମେ ସମସ୍ତେ ଯତ୍ନବାନ ହେବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହିତ ଶାନ୍ତିପୂର୍ଣ୍ଣ ତଥା ତ୍ରୁଟିଶୂନ୍ୟ ପରୀକ୍ଷା ପରିଚାଳନା ପାଇଁ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ଅଭିଭାବକ ତଥା ଜନ ସାଧାରଣଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀ ମାଝୀ ।

ଫେବୃଆରୀ ୨୧ରୁ ମାର୍ଚ୍ଚ ୬ ଯାଏ ପରୀକ୍ଷା ଚାଲିବ । ରାଜ୍ୟର ୩୧୩୩ଟି କେନ୍ଦ୍ରରେ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ପ୍ରଥମ ଦିନରେ ପ୍ରଥମ ଭାଷା ପରୀକ୍ଷା ଅନୁଷ୍ଠିତ ହୋଇଛି । କପି ରୋକିବା ପାଇଁ ୪ ସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି। ବୋର୍ଡ ପକ୍ଷରୁ ୪୨ ଟି ସ୍କ୍ୱାର୍ଡ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ୯୦ଟି ସ୍କ୍ୱାର୍ଡ ନିୟୋଜିତ ହୋଇଛନ୍ତି ।

ମାଟ୍ରିକ ପରୀକ୍ଷାର ସୁପରିଚାଳନା ପାଇଁ ୩୦ଟି ଜିଲ୍ଲାରେ ୩୧୪ ଟି ନୋଡାଲ ସେଣ୍ଟର ରହିଛି । ଯେଉଁ ଦିନ ଯେଉଁ ବିଷୟ ପରୀକ୍ଷା ଥିବ ସେଦିନ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ସାଢ଼େ ୭ ରୁ ସାଢ଼େ ୮ ମଧ୍ୟରେ ପହଞ୍ଚିବ । ୩୧୪ ନୋଡାଲ ସେଣ୍ଟର ଓ ୩୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ ଦେଖିବା ପାଇଁ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ରହିଛି ସେଣ୍ଟ୍ରାଲ କମାଣ୍ଡ କଣ୍ଟ୍ରୋଲ ରୁମ କରାଯାଇଛି । ଏହା ସହିତ ପ୍ରତି ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...