ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଛତ୍ରପୁର, (୦୮/୦୨) : ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ସ୍କୁଲ ଗେଟ୍ରେ ତାଲା ପକାଇଲେ ଅଭିଭାବକ ଓ ଛାତ୍ରଛାତ୍ରୀ । ତାଲା ପକାଇ ଧାରଣ ବସିଛନ୍ତି ଛାତ୍ରଛାତ୍ରୀ ଏବଂ ଅବିଭାବକ ।
ଗଞ୍ଜାମ ଜିଲ୍ଲା ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୬୦ ଜଣ ଛାତ୍ରଛାତ୍ରୀ ପାଠ ପଢ଼ିଥାନ୍ତି । ସ୍କୁଲରେ ମୋଟ ୪ ଜଣ ଶିକ୍ଷକ ଅଛନ୍ତି । ତେବେ ସ୍କୁଲର ବିଜ୍ଞାନ ଶିକ୍ଷକ ଦିବ୍ୟସିଂହ ପଲେଇ ଅନ୍ୟ ସ୍ଥାନକୁ ବଦଳି କରାଯାଉଥିବାରୁ ଏହାକୁ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀଙ୍କ ଏବଂ ଅବିଭାବକ । ବଦଳି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଆଜି ସକାଳୁ ସ୍କୁଲର ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି । ଯେ ପର୍ଯ୍ୟନ୍ତ ଶିକ୍ଷକଙ୍କ ବଦଳି ବାତିଲ ହୋଇନାହିଁ ସେ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି କୁହାଯାଇଛି ।