32.9 C
Balāngīr
Tuesday, May 20, 2025

ଶିମିଳିପାଳରୁ ୩ ଶିକାରୀ ଗିରଫ କଲା ବନବିଭାଗ, ୩ ଦେଶୀ ବନ୍ଧୁକ ଜବତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ମୟୁରଭଞ୍ଜ, (୧୦/୦୫) : ଆପ୍ର. : ଶିମିଳିପାଳରୁ ପୁଣି ୩ ଶିକାରୀଙ୍କୁ ଧରାଇ ଦେଲା ଏ ଆଇ କ୍ୟାମେରା । ଶିମିଳିପାଳ କର୍ତ୍ତୃପକ୍ଷ ୩ ଜଣ ଶିକାରୀଙ୍କୁ ଧରିବାରେ ସଫଳ ହୋଇଛି ।

ସୂଚନା ମୁତାବକ ସେମାନଙ୍କ ଠାରୁ ୩ ଟି ଦେଶୀ ବନ୍ଧୁକ ଓ ୧୭ ଟି ଗୁଳି ଜବତ୍ କରାଯାଇଛି । ସେଥି ମଧ୍ୟରୁ ୫ଟି ଜୀବନ୍ତ ଗୁଳି ରହିଛି । ଶିମିଳିପାଳ ଜଙ୍ଗଲ ମଧ୍ୟକୁ ଶିକାର ଉଦ୍ଦେଶ୍ୟରେ ତିନି ଜଣ ଶିକାରୀ ପ୍ରବେଶ କରିଥିଲେ । ହେଲେ ସେମାନଙ୍କ ଫୋଟ ଏଆଇ କ୍ୟାମେରାରେ ଉଠି ଯାଇଥିଲା । ଏ ଆଇ କ୍ୟାମେରା ତୁରନ୍ତ କର୍ତ୍ତୃପକ୍ଷଙ୍କୁ ଶିକାରୀ ବାବଦରେ ଅବଗତ କରାଇଥିଲା । ଯାହାଫଳରେ ଶିମିଳିପାଳ କର୍ତ୍ତୃପକ୍ଷ ସେହି ସ୍ଥାନରୁ ଶିକାରୀ ମାନଙ୍କୁ ଗିରଫ କରିବାକୁ ସକ୍ଷମ ହୋଇଥିଲା ।

ସୂଚନା ଅନୁସାରେ ଅଭିଯୁକ୍ତ ମାନେ ସମସ୍ତେ ବାଙ୍ଗିରୀପୋଷୀ ଅଞ୍ଚଳର ବୋଲି ଶିମିଳିପାଳ ଦକ୍ଷିଣ ଉପନିର୍ଦ୍ଦେଶକ ଡ ସମ୍ରାଟ ଗୌଡ଼ା କହିଛନ୍ତି । ଅଭିଯୁକ୍ତ ମାନେ ହେଲେ ଲଚୁ ମୁର୍ମୁ, ମଧୁସୂଦନ ମୁର୍ମୁ ଓ ଘାସିରାମ ଟୁଡୁ । ସମସ୍ତ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଜଣା ପଡିଛି ।

 

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...