ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ମୟୁରଭଞ୍ଜ, (୧୯/୧୨) : ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ଗୋଟିଏ କମ୍ପାନୀ ସଶସ୍ତ୍ର ପୁଲିସ। ତିଆରି ହେବ ୧୩୧ ଜଣିଆ ଏକ ଡେଡିକେଟେଡ୍ ଆର୍ମଡ୍ ପୁଲିସ୍ ରିଜର୍ଭ କମ୍ପାନୀ ।
ଏଥିପାଇଁ ଆକାଉଣ୍ଟ ଜେନେରାଲଙ୍କୁ ଚିଠି ଲେଖି ଜଣାଇଛନ୍ତି ଗୃହ ସଚିବ ସତ୍ୟବ୍ରତ ସାହୁ । ତିଆରି ହେବାକୁ ଥିବା ଏହି କମ୍ପାନୀରେ ଜଣେ କମାଣ୍ଡାଣ୍ଟ, ଜଣେ ଇନସପେକ୍ଟର, ୩ ସବ୍-ଇନସପେକ୍ଟର, ୩ ଆସିଷ୍ଟାଣ୍ଟ ସବ୍ ଇନସପେକ୍ଟର, ୩୦ ହାବିଲଦାର, ୩ ଡ଼୍ରାଇଭର ହାବିଲଦାର, ୮୭ ସିପାହୀ ଓ ୩ ଡ୍ରାଇଭର ରହିବେ।ମୟୂରଭଞ୍ଜ ଏସପି ଏହାର ପ୍ରଶାସନିକ ଦାୟିତ୍ୱରେ ରହିବ । ଏହି କମ୍ପାନୀର ସମସ୍ତ ଖର୍ଚ୍ଚ ଜଙ୍ଗଲ ଓ ପରିବେଶ ବିଭାଗ ବହନ କରିବ । କୌଣସି ଅଭୟାରଣ୍ୟ ସୁରକ୍ଷା ପାଇଁ ଗୋଟେ କମ୍ପାନୀ ଆର୍ମଡ୍ ପୁଲିସ୍ ନିୟୋଜିତ ହେବା ଦେଶରେ ପ୍ରଥମ ଘଟଣା ବୋଲି କୁହାଯାଉଛି ।