32.9 C
Balāngīr
Sunday, July 20, 2025

ଶୌଚ ହେବାକୁ ଯାଇଥିଲେ ବୃଦ୍ଧ, ଟେକି କଚାଡ଼ି ଦେଲା ଦନ୍ତା

Must read

ଢେଙ୍କାନାଳ, (୫/୭) : ଆପ୍ର. : : ଘର ପଛପଟକୁ ଶୌଚ ହେବାକୁ ଯାଇଥିଲେ ବୃଦ୍ଧ । ସେହି ସମୟରେ ଏକ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା । ଦନ୍ତା ହାତୀଟି ବୃଦ୍ଧଙ୍କୁ ଟେକି କଚାଡ଼ି ଦେଇଥିଲା ।

ତେବେ ଗୁରୁତର ଅବସ୍ଥାରେ ଗ୍ରାମବାସୀ ମାନେ ବୃଦ୍ଧଙ୍କୁ ଉଦ୍ଧାର କରି ପ୍ରଥମେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ମାତ୍ର ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି । ଢେଙ୍କାନାଳ ଜିଲ୍ଲା କଳାଙ୍ଗ ଗ୍ରାମ ପଞ୍ଚାୟତ କାଳିକା ପ୍ରସାଦ ଗ୍ରାମ ନିକଟରେ ପୂର୍ବାହ୍ନରେ ଏହି ଘଟଣା ଘଟିଛି । ଗୁରୁତର ବୃଦ୍ଧ ଜଣଙ୍କ ଭାପୁର ଫାଣ୍ଡି ଅନ୍ତର୍ଗତ କାଳିକା ପ୍ରସାଦ ଗ୍ରାମର ୬୫ ବର୍ଷ ବୟସ୍କ ଉଦ୍ଧବ ଦେହୁରୀ ବୋଲି ଜଣାପଡିଛି । ଦନ୍ତା ହାତୀର ଆକ୍ରମଣରେ ଉଦ୍ଧବଙ୍କ ମୁଣ୍ଡ, ଅଣ୍ଟା ଓ ପିଚାରେ ଗଭୀର ଆଘାତ ଲାଗିଛି । ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ସ୍ଥାନାନ୍ତରିତ କରିଥିବା ଜଣାପଡ଼ିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...