32.9 C
Balāngīr
Tuesday, May 20, 2025

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ ।

ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବେ । ଏହାପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ । ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ । ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀ ସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ ।

ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବେ । ଏହାପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବ । ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିବେ । ଆଜି ସାହିଯାତ୍ରାର ଅନ୍ତିମ ଦିନରେ ଗୌଡ଼ବାଡ଼ ସାହି ପକ୍ଷରୁ ନାଗା, ମେଢ଼, ନବଶିରା, ସପ୍ତଶିରା, ପଞ୍ଚଶିରା, ପାରମ୍ପରିକ ସମରକଳା ଆଦି ପରିବେଷଣ କରାଯିବ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...