32.9 C
Balāngīr
Saturday, April 26, 2025

ଶ୍ରୀମନ୍ଦିରରେ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି, ଆଜିଠୁ ସପ୍ତାହେ ଧରି ପାଳନ ହେବ ଦୋଳ ଉତ୍ସବ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୦୯/୦୩) : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ ପାଇଁ ସ୍ୱତନ୍ତ୍ର ନୀତିକାନ୍ତି । ଆଜିଠୁ ଏକ ସପ୍ତାହ ଧରି ପାଳନ ହେବ ଦୋଳ ଉତ୍ସବ

ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ ପ୍ରମୁଖ ଯାତ୍ରା ଅଟେ । ଫଗୁ ଦଶମୀରେ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ । ବିଶ୍ୱାସ ରହିଛି, ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର କୃଷ୍ଣ ପ୍ରତିପଦା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ ।

ଆଜି ଫଗୁ ଦଶମୀ ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ ଓ ଚାଚେରୀ ଭୋଗ ଅନୁଷ୍ଠିତ ହେବ । ଆସନ୍ତା ଚତୁର୍ଦଶୀ ତିଥି ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ଚାଚେରୀ ବେଶରେ ମହାପ୍ରଭୁ ରକ୍ତବସ୍ତ୍ର ପରିଧାନ କରିବା ସହ ବିଭିନ୍ନ ଅଳଙ୍କାରରେ ସଜିତ ହେବେ । ପ୍ରତିଦିନ ମଧ୍ୟାହ୍ନଧୂପ ସରିବା ପରେ ମହାପ୍ରଭୁଙ୍କୁ ଏହି ବେଶରେ ସଜିତ କରାଯିବ। ଆଜି ମଧ୍ୟ ଠାକୁର ଠାକୁରାଣୀଙ୍କୁ ଝିମିରି ଫଗୁ ଲାଗି କରାଯିବ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...