32.9 C
Balāngīr
Friday, April 25, 2025

ଶ୍ରୀରାମ ନବମୀରେ ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର, ଗର୍ଭଗୃହ ହେବେ ଗୁପ୍ତନୀତି

Must read

ପୁରୀ, (୦୬/୦୪) : ଆପ୍ର. : ଆଜି ପବିତ୍ର ଶ୍ରୀରାମନବମୀ । ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ରାମନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ । ସ୍ୱତନ୍ତ୍ର ନୀତି ପାଳନ ହେବା ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ମଧ୍ୟାହ୍ନ ଧୂପ ପରେ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ସେହିପରି ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ବତନ୍ତ୍ର ଶ୍ରୀରାମ ଜନ୍ମନୀତି ଅନୁଷ୍ଠିତ ହେବ ।

ଠାକୁର ମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହେବ । ୨ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ କରିବେ । ଏହି ଗୁପ୍ତନୀତିକୁ କେହି ଯେପରି ଦେଖି ନପାରିବେ ସେଥିଲାଗି ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦ କରାଯିବ । ଶ୍ରୀରାମ ଜନ୍ମ ହେବା ପରେ କର୍ପୁର ଆଳତି ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଯାଇଥିଲା ।

ଏହା ପରେ ପଣ୍ଡା ଶୀତଳଭୋଗ କରାଇବା ସହ ମହାସୁଆର ଜୟବିଜୟ ଦ୍ୱାର ଠାରେ ଚରୁଭାତ ମଣୋହୀ କରାଇବେ । ସେପଟେ ଆଜି ରାମନବମୀର ପବିତ୍ର ତିଥିରେ ରଥକାଠ ଚିରଟ ଅନୁକୂଳ କରାଯିବ। ଏଥିପାଇଁ ମାଳ ମାହାର୍ଦ୍ଧ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରୁ କଟକ ଖପୁରିଆ ଅଭିମୁଖେ ୫ଜଣିଆ ଶ୍ରୀମନ୍ଦିର ପ୍ରତିନିଧି ଦଳ ଯାଇ ଅନୁକୂଳ କରାଯିବ । ଅନ୍ୟପଟରେ ଆଜିର ତିଥିରେ ଶ୍ରୀକ୍ଷେତ୍ରର ପାରମ୍ପରିକ ସାହିଯାତ ଆରମ୍ଭ ହେବ ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...