32.9 C
Balāngīr
Tuesday, July 15, 2025

ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଦୁଷ୍ମର୍ମ ଅଭିଯୋଗ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ମୟୁରଭଞ୍ଜ, (୧୧/୦୭) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା କୁସୁମୀ ବ୍ଲକର ଉପରବେଡ଼ା ଗିରି ସାହି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ହରେକୃଷ୍ଣ ମହାନ୍ତଙ୍କ ବିରୋଧରେ ଆସିଛି ଦୁଷ୍କର୍ମ ଅଭିଯୋଗ ।

ସେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍ମର୍ମ କରିଥିବା ଅଭିଯୋଗ ହୋଇଛି । ଏହି ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ହରେକୃଷ୍ଣ ମହାନ୍ତ ଦୀର୍ଘ ଦିନରୁ ଟିଉସନ କରୁଥିଲେ । ଗତକାଲି ଅପରାହ୍ନ ୩ଟା ବେଳେ ସେ ଛାତ୍ରୀଜଣଙ୍କୁ ପଢାଉ ଥିବା ସମୟରେ ଦୁଷ୍କର୍ମ କରିଥିଲେ ବୋଲି ଥାନାରେ ଲିଖିତ ଅଭିଯୋଗ ହୋଇଛି । ଦୁଷ୍କର୍ମ କରିବା ପରେ ଏସମ୍ପର୍କରେ କାହାକୁ ନକହିବାକୁ ଛାତ୍ରୀ ଜଣଙ୍କୁ ଧମକ ଦେଇଥିଲେ ହରେକୃଷ୍ଣ ମହାନ୍ତ ।

ତେବେ ଛାତ୍ରୀଜଣଙ୍କ ଟିଉସନରୁ ଫେରିବା ପରେ ତାଙ୍କ ମା’ଙ୍କୁ ସବୁ କଥା କହିଥିଲେ । ଏହାପରେ ପରିବାର ଲୋକେ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଆଜି ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧିକାରୀ ଓ ରାଇରଙ୍ଗପୁର ଏସଡିପିଓ ଗୋକୁଳା ନନ୍ଦ ସାହୁ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରିଛନ୍ତି।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...