32.9 C
Balāngīr
Saturday, July 12, 2025

ସଡ଼କ ଦୁର୍ଘଟଣାରେ ଚାଲିଗଲା ଶିକ୍ଷକଙ୍କ ଜୀବନ

Must read

ରିପୋର୍ଟ : ଓଡିଶା ନୀହଳ ୨୪ ବ୍ୟୁରୋ //
ଗଜପତି, (୦୨/୦୬) : ସଡ଼କ ଦୁର୍ଘଟଣାରେ ଚାଲିଗଲା ଶିକ୍ଷକଙ୍କ ଜୀବନ । ଦିନକୁ ଦିନ ଘଟିଚାଲିଛି ଦୁର୍ଘଟଣା । ଯାହାଫଳରେ କେତେକଙ୍କ ଜୀବନ ଚାଲିଯାଉଛି ତ ଆଉ କେତେକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଯାଉଛି ।

ବାଇକ ଯୋଗେ ବିଦ୍ୟାଳୟକୁ ଯାଉଥିବା ସମୟରେ ଘଟିଗଲା ଦୁର୍ଘଟଣା । ଗୁରୁତର ଆହତ ଅବସ୍ଥାରେ ଡାକ୍ତରଖାନରେ ଚିକିତ୍ସିତ ହେଉଥିବାବେଳେ ଶିକ୍ଷକଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ସାମ୍ନାକୁ ଆସିଛି ଗଜପତି ଜିଲ୍ଲାରୁ । ସୂଚନା ଅନୁଯାୟୀ,ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଗୁମ୍ମା ଅଭିମୁଖେ ମୃତ ଶିକ୍ଷକ ଜଣକ ବାଇକ୍ ଯୋଗେ ବିଦ୍ୟାଳୟକୁ ଯାଉଥିଲେ । ସେ ଗୁମ୍ମା ବ୍ଲକ ଜାଙ୍ଗଲ ଠାରେ କୌଣସି କାରଣ ବଶତଃ ତାଙ୍କର ଦୁର୍ଘଟଣା ହୋଇଥିଲା ।

ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଆହତ ଅବସ୍ଥାରେ ଆଣି ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୃତ ଶିକ୍ଷକ ପାରଳାଖେମୁଣ୍ଡି କାଚରା ସାହିର ବାସିନ୍ଦା ହୋଇଥିବା ବେଳେ ସେ କେଶପୁର ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ସୁଚନା ରହିଛି । ବର୍ତ୍ତମାନ ଏହି ଘଟଣା ସମ୍ପର୍କରେ ସେରଙ୍ଗ ପୋଲିସ ଖବର ପାଇ ତଦନ୍ତ ଆରମ୍ଭ କରିଛି।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...