32.9 C
Balāngīr
Tuesday, July 15, 2025

ସବସିଡି କରାଇଦେବା ପାଇଁ ଚାଷୀଙ୍କଠାରୁ ନେଉଥିଲେ ଲାଞ୍ଚ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନବରଙ୍ଗପୁର, (୨୪/୦୨) : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଲେ ଦୁଇ କୃଷି ଅଧିକାରୀ । ଦୁଇ କୃଷି ଅଧିକାରୀ ହେଉଛନ୍ତି ଉମରକୋଟର ନୀଳକଣ୍ଠ ପରିଡା ଓ ସୁରେନ୍ଦ୍ର ବୁନ୍ଦେଲା ।

ଭିଜିଲାନ୍ସ ଟିମ୍‌ ଉଭୟଙ୍କୁ ଗିରଫ କରି ନୀଳକାନ୍ତ ପରିଡ଼ାଙ୍କ ୩ ଟି ସ୍ଥାନରେ ଓ ସୁରେନ୍ଦ୍ରସିଂ ବୁନ୍ଦେଲଙ୍କ ୨ ଟି ସ୍ଥାନରେ ଚଢାଉ ଜାରି କରିଛି । ସୂଚନା ଅନୁସାରେ, ଜଳ ନିଧି ଯୋଜନାରେ ଜଣେ ଚାଷୀ ଜମିରେ ବୋରୱେଲ ଖୋଲିବା ପାଇଁ କୃଷି ଅଧିକାରୀଙ୍କୁ ସବସିଡି ଟଙ୍କା ମାଗିଥିଲେ । କିନ୍ତୁ କୃଷି ଅଧିକାରୀ ସବ୍‌ସିଡି ଟଙ୍କା ଦେବା ପାଇଁ ଚାଷୀଙ୍କୁ ୫୦୦୦ ଟଙ୍କା ଲାଞ୍ଚ ମାଗିଥିଲେ । ଏହି ଖବର ଚାଷୀ ଜଣକ ଭିଜିଲାନ୍ସ ବିଭାଗ ଆଗରେ ଅଭିଯୋଗ କରିଥିଲେ ।

ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ବିଭାଗ ପୂର୍ବ ପ୍ରସ୍ତୁତ ଯୋଜନା କରିଥିଲେ । ଆଜି ଯେତେବେଳେ ଦୁଇ କୃଷି ଅଧିକାରୀ ଚାଷୀଙ୍କ ଠାରୁ ଲାଞ୍ଚ ନେଉଥିଲେ ସେତିକିବେଳେ ଭିଜିଲାନ୍ସ ଟିମ୍‌ ଚଢାଉ କରି ତାଙ୍କୁ ଗିରଫ କରିଥିଲା । ସେମାନଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଏହି ଘଟଣା ପରେ ଆସିଷ୍ଟାଣ୍ଟ ଆଗ୍ରିକଲଚର୍‌ ଅଫିସର୍‌ ନୀଳକଣ୍ଠ ପରିଡାଙ୍କ ୩ ଟି ସ୍ଥାନ ଏବଂ ବ୍ଲକ୍‌ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲଙ୍କ ୨ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଜାରି କରିଛି ।

 

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...