32.9 C
Balāngīr
Sunday, April 20, 2025

ସମଲେଶ୍ୱରୀ ଶିଶୁ ମନ୍ଦିର ୧୨ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଭଗବାନ ମହାନ୍ତି
ମୁରିବାହାଲ, (୪/୩) : ମୁରିବାହାଲ ବ୍ଳକ ଅନ୍ତର୍ଗତ ବାଙ୍କେଲ ଗ୍ରାମ ସଦର ମହକୁମାରେ ସମଲେଶ୍ଵରୀ ଶିଶୁ ମନ୍ଦିର ୧୨ତମ ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 03 05 at 15.59.44 ସମଲେଶ୍ୱରୀ ଶିଶୁ ମନ୍ଦିର ୧୨ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ମୁଖ୍ୟ ବକ୍ତା ମାଲିଶିରା ହାଇସ୍କୁଲ ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ବାଗ ସମ୍ମାନିତ ଅତିଥି ଭାବେ କନିଷ୍ଠ ପରିଚାଳକ, ଇଡକୋ, ବଲାଙ୍ଗିର ଆଲୋକ ରଞ୍ଜନ ବାଇ,ବିଧାୟକ ପ୍ରତିନିଧି,ମୁରିବାହାଲ ଗଙ୍ଗାଧର ହେର୍ଣ୍ଣା, ଜିଲ୍ଲା ସଂଯୋଜକ ସମଲେଶ୍ୱରୀ ଶିକ୍ଷା ସଂସ୍ଥାନ କୃପାସିନ୍ଧୁ ପୁଟେଲ, ପରିଚାଳନା ସମିତି ସଭାପତି ପୂର୍ଣ୍ଣଚନ୍ଦ୍ର ପୁଟେଲ, ସଂପାଦକ ତଥା ପୂର୍ବତନ ସରପଞ୍ଚ ଅଗସ୍ତି ବାଗ, ବିଜେପି ମଣ୍ଡଲ ସଭାପତି ଈଶ୍ୱର ପୁଟେଲ, ୨୯ ନ ଜୋନ୍ ସଭାପତି ସୁବାଷ ପୋଢ଼, ୨୮ ନ ଜୋନ୍ ସଭାପତି ପ୍ରଦୀପ ବଛା,ବିଟାବନ୍ଧ କ୍ଳଷ୍ଟର୍ ସିଆରସିସି ଲକ୍ଷପତି ହରପାଳ, ଏନଜିଓ ସଂଯୋଜକ ଦିପ୍ତିମୟୀ ପଧାନ ମଞ୍ଚାସିନ ଥିଲେ ।

ପ୍ରଥମେ ମୁଖ୍ୟ ଅତିଥି ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ। ମୁଖ୍ୟ ଅତିଥି ଅଭିଭାଷଣ ପରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିବରଣୀ କରାଯାଇଥିଲା| ଏହି ଅବସରରେ ଶିଶୁ ମନ୍ଦିର ର କୁନି କୁନି ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମକୁ ଶିଶୁ ମନ୍ଦିର ଗୁରୁଜୀ ତରଙ୍ଗ ରଣା ପରିଚାଳନା କରିଥିବା ବେଳେ ସମ୍ପାଦକ ଶ୍ରୀ ବାଗ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ କୁ ପ୍ରଧାନ ଆଚାର୍ଯ୍ୟ ଅଲେଖ ସାହୁ, ଉପ ପ୍ରଧାନ ଆଚାର୍ଯ୍ୟ ନିରଞ୍ଜନ ପାଣ୍ଡେ ଙ୍କ ସମେତ ସମସ୍ତ ଗୁରୁଜୀ ଗୁରୁମା ଓ ପରିଚାଳନା ସମିତି ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...