32.9 C
Balāngīr
Wednesday, April 23, 2025

ସମ୍ପତ୍ତି ପାଇଁ ସ୍ତ୍ରୀ, ପୁଅ ଓ ଶାଳୀକୁ ଗୁଳି କଲା ସ୍ୱାମୀ, କଟୁରୀରେ ମରଣାନ୍ତକ ଆକ୍ରମଣ

Must read

ଢେଙ୍କାନାଳ, (୦୭/୦୪) : ଆପ୍ର. : ଗୋବିନ୍ଦପୁର ଫାଣ୍ଡି ତାଳବରକୋଟ ଗାଁ’ରେ ଅଘଟଣ। ନୃସଂଶ ପାଲଟିଲା ସ୍ୱାମୀ। ଅତି ନିର୍ଦୟ ଭାବେ ସ୍ତ୍ରୀ, ପୁଅ ଓ ଶାଳୀକୁ ଏକ ଦେଶୀ ବନ୍ଧୁକରୁ ଗୁଳି କରିଛି ।

ଗୁଳି କରିବା ପରେ ସେମାନଙ୍କୁ କଟୁରୀରେ ଆକ୍ରମଣ କରିଛି। ସ୍ୱାମୀର ଏହି ମରଣାନ୍ତକ ଆକ୍ରମଣରେ ସ୍ତ୍ରୀ, ପୁଅ ଓ ଶାଳୀ ଗୁରୁତର ହୋଇପଡ଼ିଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର ପରେ ତୁରନ୍ତ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଅତି ଗୁରୁତର ହେବାରୁ ସମସ୍ତ ୩ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଗୋବିନ୍ଦପୁର ପୁଲିସ ଘଟଣାସ୍ଥଳ ପହଞ୍ଚି ଛାନଭିନ୍‌‌ ଆରମ୍ଭ କରିଛି। ଆକ୍ରମଣରେ ବ୍ୟବହୃତ ଦେଶୀ ବନ୍ଧୁକ ଓ କଟୁରୀ ପୁଲିସ ଜବତ କରିଛି। ସମ୍ପତି ପାଇଁ ସ୍ତ୍ରୀ, ପୁଅ ଓ ଶାଳୀକୁ ଦେଶୀ ବନ୍ଧୁକରେ ସ୍ୱାମୀ ଗୁଳି କରିବା ସହ ଘରେ ଥିବା କଟୁରୀରେ ମରଣାନ୍ତକ ଆକ୍ରମଣ କରିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି। ଅଭିଯୁକ୍ତ ସ୍ୱାମୀକୁ ଗିରଫ କରାଯାଇଥିବାବେଳେ ତଦନ୍ତ ଜାରି ରହିଛି ବୋଲି ଗୋବିନ୍ଦପୁର ପୁଲିସ ସୂଚନା ଦେଇଛି।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...