32.9 C
Balāngīr
Wednesday, April 30, 2025

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ଅନୁଷ୍ଠିତ

Must read

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣପୁର, (୨୨/୨) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗୁଣପୁରରେ ଶିଶୁ ବାଟିକା ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ର ୧ମ ପର୍ଯ୍ୟାୟ ଯଥାରୀତି ଅନୁଷ୍ଠିତ ହୋଇଯାଇଛି । WhatsApp Image 2025 02 22 at 18.15.30 1 ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ଅନୁଷ୍ଠିତ

ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ପ୍ରଫୁଲ୍ଲ କୁମାର ଶତପଥୀ ଉଦ୍ଦେଶ୍ୟ ପ୍ରତିପାଦନରେ ଶିଶୁଙ୍କ ବାଲ୍ୟ ଅବସ୍ଥାରେ ଉପଯୁକ୍ତ ସଂସ୍କାର ଓ ଔନପଚାରିକ ଶିକ୍ଷା ତଥା ଯୌଥ ପରିବାରର ଆବଶ୍ୟକତା ଯାହା କି ପ୍ରଥମେ ଘରେ ହିଁ ଆରମ୍ଭ ହୋଇଥିବାରୁ ଘର ହିଁ ବିଦ୍ୟାଳୟ ପ୍ରକଳ୍ପର ଯଥାର୍ଥତା ବିଷୟରେ ଆଲୋକପାତ କରିଥିଲେ । ଅନୁଷ୍ଠାନର ସମ୍ପାଦକ ସୋମନାଥ ଗୌଡ ବିଦ୍ୟାଳୟ ପୂର୍ବରୁ ଶିଶୁଙ୍କ ଘରେ ଉପଯୁକ୍ତ ଶିକ୍ଷା ବିଷୟରେ ନୂତନ ମାତୃ ମଣ୍ଡଳୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ଅନୁଷ୍ଠାନର ଉପସଭାପତି ମୋହନ ଚନ୍ଦ୍ର ସାହୁ ଓ ସଦସ୍ୟା ପ୍ରତିଭା ରଥ ଉପସ୍ଥିତ ରହି କାର୍ଯ୍ୟକ୍ରମ ତଦାରଖ କରିଥିଲେ ।

ଆଚାର୍ଯ୍ୟା ବିଶ୍ୱ ଭାରତୀ ମହାରଣା ସଂଯୋଜନା କରିଥିବାବେଳେ ଆଚାର୍ଯ୍ୟ ମନୋଜ କୁମାର ମହାରଣା ଅତିଥି ପରିଚୟ ପ୍ରଦାନ କରିଥିଲେ । ସ୍ଥାନୀୟ ଅଞ୍ଚଳର ଜଣେ ଆଦର୍ଶ ଶିକ୍ଷକ ତଥା ପୂର୍ବତନ ସଂପାଦକ ବସନ୍ତ କୁମାର ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଶିଶୁ ଶିକ୍ଷାର ଭାରତୀୟ ଓ ପାଶ୍ଚାତ୍ୟ ସଂକଳ୍ପନା ଓ ଶିଶୁ ଶିକ୍ଷାରେ ବର୍ତ୍ତମାନ ସ୍ଥିତି ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ମାତୃ ମଣ୍ଡଳୀଙ୍କ ମଧ୍ୟରେ ଏକ ସହଜ ଓ ସରଳ କ୍ରିୟା କଳାପ ଆଧାରିତ ଶୈକ୍ଷିକ କାଳାଂଶ ହୋଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...