32.9 C
Balāngīr
Tuesday, July 15, 2025

ସରସ୍ଵତୀ ଶିଶୁ ଵିଦ୍ୟା ମନ୍ଦିରରେ ଆନ୍ତର୍ଜାତିକ ମାତୃଭାଷା ଦିବସ ପାଳିତ

Must read

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣପୁର, (୨୧/୨) : ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଗୁଣପୁରରେ ଆନ୍ତର୍ଜାତିକ ମାତୃଭାଷା ଦିବସ ଯଥାରୀତି ପାଳନ ହୋଇଯାଇଛି ।WhatsApp Image 2025 02 21 at 17.50.20 ସରସ୍ଵତୀ ଶିଶୁ ଵିଦ୍ୟା ମନ୍ଦିରରେ ଆନ୍ତର୍ଜାତିକ ମାତୃଭାଷା ଦିବସ ପାଳିତ

ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ପ୍ରଫୁଲ୍ଲ କୁମାର ଶତପଥୀ ଉଦ୍ଦେଶ୍ୟ ପ୍ରତିପାଦନରେ ମାତୃଭୂମି ଓ ମାତୃଭାଷାର ଭାବାର୍ଥ ତଥା ଏହାର ମହତ୍ତ୍ୱ ବିଷୟରେ ଆଲୋକପାତ କରିଥିଲେ । ଅନୁଷ୍ଠାନର ସଂପାଦକ ସୋମନାଥ ଗୌଡ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମାତୃଭାଷାର ମହାନତା ଏହାର ଉନ୍ନତି ଓ ଏହାର ପ୍ରସାର ଓ ବହୁଳ ପ୍ରଚଳନ ବିଷୟରେ ଶିଶୁ ମାନଙ୍କୁ ମାର୍ଗ ଦର୍ଶନ କରିଥିଲେ । ଆଚାର୍ଯ୍ୟା ମମତା ସାହୁ ସଂଯୋଜନା କରିଥିଲାବେଳେ ଆଚାର୍ଯ୍ୟା ହସ୍ମିତା ନାଗବଂଶ ଧନ୍ୟବାଦ ଅର୍ପଣ କରିଥିଲେ । ଶିଶୁ ମାନେ ସ୍ଥାନୀୟ ବାଇପାସ୍ ଛକ ଠାରୁ ମାତୃଭାଷା ସମ୍ବନ୍ଧୀୟ ପ୍ଲାକାର୍ତ ଓ ସ୍ଲୋଗାନ ଏବଂ ଘୋଷ୍ ବାଦ୍ୟ ସହିତ ସହର ପରିକ୍ରମାରେ ବାହାରିଥିଲେ । ଶିଶୁ ମାନଙ୍କ ମଧ୍ୟରେ ମାତୃଭାଷା ଆଧାରିତ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଓ କୃତୀ ଶିଶୁମାନଙ୍କୁ ପୁରସ୍କୃତ କରାଯାଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...