32.9 C
Balāngīr
Wednesday, April 23, 2025

ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ; ୧୦ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କେଉଁ କେଉଁ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୩/୦୧) : ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ ବୈଠକରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି

ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ପାଖାପାଖି ୩ ଘଣ୍ଟା ଧରି ବସିଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଅଣାଯିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । କ୍ୟାବିନେଟ୍ ବୈଠକ ପରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ । ଫାଇଟି ରୂପାନ୍ତରଣ ନାଁରେ କେବଳ ସ୍କୁଲର ରଙ୍ଗ ଦିଆଯାଇଥିଲା କହି ପୂର୍ବ ସରକାରଙ୍କୁ ଟାଗେର୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ହେଲେ ସ୍କୁଲର ଡିପିଆର କି ଏଷ୍ଟିମେଟ୍ ପ୍ରସ୍ତୁତ ହୋଇନଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ପିଲାମାନଙ୍କ ଭବିଷ୍ୟତ ପ୍ରତି ଏହା ଧୋକ୍କା ହୋଇଥିଲା । ତେଣୁ ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଚଳିତ ବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଆରମ୍ଭ ହେବ। ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତ ଗୁଡ଼ିକରେ ହେବ। ଏଥିପାଇଁ ୧୨ହଜାର କୋଟି ଟଙ୍କା ରାଜ୍ୟ ସରକାର ବ୍ୟୟ କରିବେ । କ୍ୟାବିନେଟରେ ଅର୍ଥ ବିଭାଗ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଫେବୃୟାରୀ ୫ରେ ଓଡିଶା ଆସିବେ ଷୋଡଶ ଅର୍ଥ କମିଶନ୍ । ଆର୍ଥିକ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରସ୍ତାବ ରହିବ। ଏଥିରେ ୧୨ଲକ୍ଷ ୫୬ହଜାର ୧୪୮ କୋଟିର ଦାବି ରହିବ ।

ରାଜ୍ୟରେ ପ୍ରଥମ କରି ପ୍ରତିଷ୍ଠା ହେବ ସେମି କଣ୍ଡକ୍ଟର ୟୁନିଟ୍ । ଶିତଳ ଭଣ୍ଡାର ପାଇଁ ୬୦ ପ୍ରତିଶତ ସବସିଡି ଦିଆଯିବ । ଏଥିପାଇଁ ରାଜ୍ୟ ସରକାର ୬କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ବରାଦ କରିଛନ୍ତି । ଗ୍ରାମର ବିକାଶ ପାଇଁ ନୂଆ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିକଶିତ ଗାଁ ବିକଶିତ ଓଡିଶାକୁ କ୍ୟାବିନେଟ୍ ମଞ୍ଜୁରି ଦିଆଯାଇଛି । ଏଥିପାଇଁ ୧୦୦୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଗାଁ ପଲ୍ଲୀସଭାରେ ପ୍ରକଳ୍ପକୁ ଅନୁମୋଦନ ମିଳିବ । ରାଜ୍ୟ କ୍ୟାବିନେଟ୍ ଶିଳ୍ପନୀତି ୨୦୧୫ର ଦୁଇଟି ସଂଶୋଧନକୁ ଅନୁମୋଦନ କରିଛନ୍ତି । ଯେଉଁଥିରେ ଯୋଗ୍ୟ ନିବେଶକମାନେ ପ୍ରୋତ୍ସାହନ ପାଇଁ ସେମାନଙ୍କର ଦାବିକୁ ଠିକ୍ ସମୟରେ ପ୍ରଦାନ କରିବାକୁ ସକ୍ଷମ ହେବ ଏବଂ ପ୍ରତ୍ସାହନକୁ ସୁଗମ ପରିଚାଳନା ପାଇଁ ସହାୟକ ହେବ । ସେହିପରି ସ୍ୱାସ୍ଥ୍ୟ କ୍ଷେତ୍ରରେ ବି କ୍ୟାବିନେଟ୍ ଅନୁମୋଦନ ମିଳିଛି । ୨୦୧୭ ଡାକ୍ତରୀ ନିୟମାବଳୀରେ ହେଲା ସଂଶୋଧନ । ଡାକ୍ତରୀ ସମସ୍ୟା ଦୂର ପାଇଁ ନିଆଯାଇଛି ନିଷ୍ପତି । ନିଯୁକ୍ତି ପାଇବେ ୫ହଜାର ଡାକ୍ତର ।

 

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...