32.9 C
Balāngīr
Saturday, July 12, 2025

ସାଇକେଲ ଆରୋହୀଙ୍କ ଉପରେ ମାଡ଼ିଗଲା ବସ୍

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଣ୍ଟାବାଞ୍ଜି, (୧୩/୦୮) : ସାଇକେଲ ଆରୋହୀଙ୍କ ଉପରେ ମାଡ଼ିଗଲା ବସ୍। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ କୁର୍ଲି ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ କୀର୍ତ୍ତନ ରଣା ।

ଆଜି ସକାଳେ କୀର୍ତ୍ତନ ସାଇକେଲ ନେଇ କୌଣସି କାମରେ ବଜାରକୁ ଯାଇଥିଲେ । ଘରକୁ ଫେରିବାବେଳେ ‘ବିଜୟଲକ୍ଷ୍ମୀ’ ନାମକ ବସ୍‌ କୁର୍ଲି ଗାଁ’ର ମୁଖ୍ୟ ରାସ୍ତାରେ କୀର୍ତ୍ତନଙ୍କୁ ଧକ୍କା ଦେଇଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଣ୍ଟାବାଞ୍ଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ କୀର୍ତ୍ତନଙ୍କୁ ବଲାଙ୍ଗିର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ କିଛି ସମୟ ପାଇଁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ପରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଥିଲା । ନୂଆପଡା ଜିଲ୍ଲା ସିନାପାଲି ଅଞ୍ଚଳରୁ କିଛି କାଉଡ଼ିଆଙ୍କୁ ନେଇ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଯାଇଥିଲା ବସ୍‌ । ଆଜି ସକାଳେ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...