32.9 C
Balāngīr
Wednesday, April 30, 2025

ସାଙ୍ଗ ଦେଲା ବିଶ୍ୱାସରେ ବିଷ, ରାତି ଅଧରେ ମୁଣ୍ଡକୁ ଛେଚିଦେଲା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦୁଝର, (୨୫/୧୨) : ସାଙ୍ଗ ଦେଲା ବିଶ୍ୱାସରେ ବିଷ। ରାତି ଅଧରେ ଘଟାଇଲା ନାରକୀୟ କାଣ୍ଡ। ସାଜିଲା ଘାତକ, ନେଇଗଲା ଜୀବନ ।

ଏପରି ଏକ କାଣ୍ଡ କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ୬ ନଂ ୱାର୍ଡର ପାଚୁହାଟିଂରେ ଘଟିଛି । ମୃତକ ହେଲେ ପାଚୁହାଟିଂର ଭାଗବତ ବେଶ୍ରା। ଅଭିଯୁକ୍ତଜଣକ ହେଲେ ଦୁର୍ଗା ନାୟକ । ଗୁରୁତର ବ୍ୟକ୍ତି ଦଶରଥ କାରୁଆଙ୍କ ମୁଣ୍ଡ ଫାଟିବା ସହ ଦାନ୍ତ ଭାଙ୍ଗିଯାଇଛି । ଗତ ରାତି ପ୍ରାୟ ୮ ଟା ସମୟରେ ଏହି ଘଟଣା ଘଟିଛି । ହତ୍ୟାକାରୀ ସାଙ୍ଗ ଦୁର୍ଗା ନାଏକ ଫେରାର ହୋଇଯାଇଛି । ସୂଚନା ପାଇ ଯୋଡ଼ା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି । ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍ ଟିମକୁ ଡକାଯାଇଛି ।

ମୃତ ଭାଗବତଙ୍କ ସ୍ତ୍ରୀଙ୍କ କହିବା ଅନୁଯାୟୀ, ଉଭୟ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଅଧିକାଂଶ ସମୟରେ ପାଟିତୁଣ୍ଡ ହୋଇଥାଏ । ଗତ ଦୁଇ ସପ୍ତାହ ତଳେ ଝଗଡା ହେବା ପରେ ସ୍ଵାମୀ ଭାଗବତ ଘରୁ ପଳାଇ ଆସି ଅଳ୍ପ କିଛି ଦୂରରେ ରହୁଥିବା ତାଙ୍କ ସାଙ୍ଗ ଦୁର୍ଗା ନାଏକଙ୍କ ଘରେ ରହିଆସୁଥିଲେ । ତେବେ ସକାଳୁ ଘର ଭିତରେ ଭାଗବତଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡ଼ିଥିବା ଜାଣିବାକୁ ପାଇଥିଲେ ।

ଆହତ ଦଶରଥ କାରୁଆଙ୍କ କହିବା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଦୁର୍ଗା ନାଏକ ମଦ ଆଣିବାକୁ ଯାଇଥିବା ବେଳେ ସେ ଏବଂ ଭାଗବତ ବେଶ୍ରା ରୋଷେଇ କରୁଥିଲେ । ପାଖାପାଖି ୮ ଟା ସମୟରେ ଦୁର୍ଗା ନିଶାରେ ଚୁର ହୋଇ ମଦ ନେଇ ଫେରିବା ପରେ ହଠାତ୍ ଏକ ହାତୁଡ଼ି ନେଇ ପ୍ରଥମେ ତାଙ୍କୁ ଆକ୍ରମଣ କରିଥିଲେ । ଏହାପରେ ଭାଗବତଙ୍କୁ ମଧ୍ୟ ଆକ୍ରମଣ କରିଥିଲା ଦୁର୍ଗା । ତେବେ ସେଠାରୁ ଜୀବନ ନେଇ ଖସି ପଳାଇବାକୁ ସକ୍ଷମ ହୋଇଥିଲେ ଦଶରଥ । ହତ୍ୟାକାରୀ ଅଭିଯୁକ୍ତ ଦୁର୍ଗା ନାଏକ ଫେରାର ହୋଇଯାଇଛି ।

ପ୍ରାୟ ୫ ବର୍ଷ ତଳେ ଦୁର୍ଗା ନିଜ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଗିରଫ ହୋଇ ଜେଲ୍ ମଧ୍ୟ ଯାଇଥିଲେ । ବଡ଼ବିଲ ଆଡ଼ିସନାଲ ଏସପି ପ୍ରତ୍ୟୁଷ ମହାପାତ୍ର ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ତେବେ ପ୍ରକୃତରେ କାଲି ରାତିରେ କ’ଣ ଘଟିଥିଲା । ହଠାତ୍ କାହିଁକି ଉତକ୍ଷିପ୍ତ ହୋଇ ଉଠିଲା ଦୁର୍ଗା । ଏସବୁକୁ ନେଇ ପୁଲିସ୍ ତଦନ୍ତ ଚଳାଇବା ସହ ଫେରାର ଅଭିଯୁକ୍ତ ଦୁର୍ଗା ନାଏକକୁ ଧରିବା ପାଇଁ ତନାଘନା ଚଳାଇଛି ।

 

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...