32.9 C
Balāngīr
Thursday, June 12, 2025

ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ୨ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ପ୍ରକାଶ ପାଇଲା ନିର୍ବାଚନ ବିଜ୍ଞପ୍ତି

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୬/୦୪) : ଚଳିତ ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ ଆଜି ତା ୨୬/୦୪/୨୪ ରିଖ ଦିନ ନିର୍ବାଚନ ହେବାକୁଥିବା ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ୬୪- ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ୬୫- ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ନିର୍ବାଚନ ବିଜ୍ଞପ୍ତି ପ୍ରକାଶିତ ହୋଇଯାଇଛି ।

ବିଜ୍ଞପ୍ତି ଅନୁଯାୟୀ ଉଭୟ ବିଧାନସଭା ନିର୍ବାଚନ ମଣ୍ଡଳୀ ତଥା ବଲାଙ୍ଗୀର ସଂସଦୀୟ କ୍ଷେତ୍ର ନିମନ୍ତେ ମେ ୨୦ ତାରିଖ ରେ ସକାଳ ୦୭ ଘଣ୍ଟା ଠାରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ଜିଲ୍ଲାର ୫୮୬ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ କରାଯିବ । ଆଜିଠାରୁ ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଆସନ୍ତା ତା ୦୩/୦୫/୨୪ ଅପରାହ୍ନ ୦୩ ଘଣ୍ଟା ପର୍ଯ୍ୟନ୍ତ ଦାଖଲ କରିପାରିବେ । ଆଜି ଠାରୁ ଦିବସର ପୂର୍ବାହ୍ନ ୧୧ ଘଣ୍ଟାରୁ ଅପରାହ୍ନ ୩ ଘଣ୍ଟା ପର୍ଯ୍ୟନ୍ତ (ସାଧାରଣ ଛୁଟି ଦିନ ବ୍ୟତୀତ) ନାମାଙ୍କନ ପତ୍ର ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ ରେ ଦାଖଲ କରିପାରିବେ ।

ଆଜି ପ୍ରଥମ ଦିନରେ ୬୪- ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ଅଥବା ୬୫- ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ କୌଣସି ପ୍ରାର୍ଥୀ ପତ୍ର ଦାଖଲ ହୋଇନଥିବା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ରୁ ଜଣା ପଡିଛି l ନିର୍ବାଚନ ସଂକ୍ରାନ୍ତୀୟ ବିଭିନ୍ନ ତଥ୍ୟ କୁ ସହଜ ଓ ସରଳ ଉପଲବ୍ଧ କରିବା ନିମନ୍ତେ ଉଭୟ ବିଧାନସଭା ନିର୍ବାଚନ ମଣ୍ଡଳୀ ର ନିର୍ବାଚନ ଅଧିକାରୀ ଙ୍କ କାର୍ଯ୍ୟାଳୟରେ ସହାୟତା କେନ୍ଦ୍ର ଖୋଲାଯାଇଛି l

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...