32.9 C
Balāngīr
Saturday, April 26, 2025

ସାପୁଆ ନଦୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଆଠଗଡ଼, (୧୫/୦୧) : ସାପୁଆ ନଦୀରେ ଗାଧେଇବାକୁ ଯାଇ ବୁଡି ଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଆଠଗଡ଼ ଥାନା ଅନ୍ତର୍ଗତ କଟକିଆସାହି ପଞ୍ଚାୟତ ଅଧିନ ବାଲିସାହି ଗ୍ରାମର ଉଦ୍ଧବ ସ୍ୱାଇଁ (୭୫) ବୋଲି ଜଣାପଡିଛି ।

ଆଜି ଉଦ୍ଧବ ସ୍ୱାଇଁ ସାପୁଆ ନଦୀକୁ ଗାଧେଇବାକୁ ଯାଇଥିଲେ। କୌଣସି କାରଣ ବଶତଃ ତାଙ୍କର ଗୋଡ ଖସିଯିବାରୁ ନଦୀରେ ବୁଡି ଯାଇଥିଲେ । ସାପୁଆ ନଦୀରୁ ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା । ସେଠାରେ ଡାକ୍ତର ଉଦ୍ଧବ ସ୍ୱାଇଁଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ ଡାକ୍ତରଖାନାରେ ପହଞ୍ଚି ଉଦ୍ଧବ ସ୍ୱାଇଁଙ୍କ ମୃତଦେହ ଜବତ ପରେ ବ୍ୟବଛେଦ କରିଥିଲେ । ଆଠଗଡ ଥାନାରେ ଏ ସଂକ୍ରାନ୍ତରେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...