32.9 C
Balāngīr
Wednesday, April 30, 2025

ସାମ୍ବାଦିକଙ୍କ ମାତୃ ବିୟୋଗ

Must read

ରାୟଗଡା, (୨୭/୩) : ଆ.ପ୍ର. : ରାୟଗଡ଼ା ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକ ଦୀପକ ପୃଷ୍ଟିଙ୍କ ମା ସବିତା ପୃଷ୍ଟିଙ୍କ ଆଜି ଦେହାନ୍ତ ହୋଇଛି ।

ମୃତ୍ୟୁ ବେଳକୁ ତାଙ୍କୁ ୮୫ବର୍ଷ ହୋଇଥିଲା । ଆଜି ସକାଳ ସାଢେ ୯ଟା ସମୟରେ ରାୟଗଡ଼ା ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କ ପାଖରେ ତାଙ୍କ ସାନପୁଅ ଦୀପକ,ବୋହୁ ବିନିତା,ନାତି ସୈାରଭ ଏବଂ ସିଦ୍ଧାର୍ଥଙ୍କ ସହ ଝିଅ ରଂଜିତା,ଜ୍ୱାଇଁ ଟେକେରାଜ ସାହୁ,ନାତୁଣି ରୁବି,ନାତି ମୋହିତଙ୍କ ସମେତ ମଝିଆ ପୁଅ ବିମଳ କୁମାର ପୃଷ୍ଟି ଏବଂ ଅନ୍ୟାନ୍ୟ ସଂପର୍କୀୟ ଉପସ୍ଥିତ ରହିଥିଲେ । ସ୍ୱର୍ଗତ ସବିତା ପୃଷ୍ଟି ଜଣେ ମେଳାପି,ମିଷ୍ଟଭାଷୀ ଓ ଧର୍ମ ପରାୟଣ ମହିଳା ଥିବାରୁ ତାଙ୍କର ବିୟୋଗରେ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ବିୟୋଗ ଖବର ପ୍ରସାରିତ ହେବା ପରେ ରାୟଗଡ଼ାର ବହୁ ସାମ୍ବାଦିକ ତାଙ୍କ ଘରେ ପଂହଚି ଶୋକ ସନ୍ତପ ପରିବାକୁ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଥିଲେ ।

ସେହିପରି କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା, ରାୟଗଡ଼ା ବିଧାୟକ କାଡ୍ରକା ଆପଲାସ୍ୱାମୀ, ଶିକ୍ଷାବିତ୍ ଡଃ.ଦୁଷ୍ମନ୍ତ କୁମାର ମହାନ୍ତିଙ୍କ ସମେତ ଜିସିଡି ୱାକର୍ସ କ୍ଳବର ସୁରେନ୍ଦ ସାହୁ ଏବଂ ଅନ୍ୟ ସଦସ୍ୟମାନେ ଶୋକ ପ୍ରକାଶ କରିଛନ୍ତି । ବରିଷ୍ଠ ସାମ୍ବାଦିକ ବାଦଲ କୁମାର ତା’,ଯୋଗଶ୍ୱେର ଦାସ, କେ.କେ.ଜେନା,ସ୍ମୁତିରଂଜନ ମହାନ୍ତିଙ୍କ ସମେତ ଅନ୍ୟମାନେ ଉପସ୍ଥିତ ରହିଥିବା ବେଳେ ପୁରୀ ସ୍ୱର୍ଗଦ୍ୱାର ଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ସାନପୁଅ ଦୀପକ ଜଣାଇଛନ୍ତି । ପ୍ରକାଶ ଥାଉ କି,ଜଣାଶୁଣା କବି ସ୍ୱର୍ଗତ ସୁନୀଲ କୁମାର ପୃଷ୍ଟି ସବିତା ପୃଷ୍ଟିଙ୍କ ବଡପୁଅ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...