32.9 C
Balāngīr
Wednesday, April 30, 2025

ସାହିତ୍ୟ ସଂସ୍କୃତି ପରିଷଦ ପକ୍ଷରୁ ବିଷୁବ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

Must read

ବଲାଙ୍ଗୀର/ଟିଟିଲାଗଡ, (୧୪/୦୪) : ଆପ୍ର. : ସାହିତ୍ୟ ସଂସ୍କୃତି ପରିଷଦ ପକ୍ଷରୁ ବିଷୁବ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଆୟୋଜିତ କାର୍ଯ୍ୟକ୍ରମ ରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ବାର୍ଷିକ ସ୍ମରଣିକା ଉନ୍ମୋଚିତ ହୋଇ ଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଗାଳ୍ପିକା ଶ୍ରୀମତୀ ଯଜ୍ଞାସେନି ସାହା, ମୁଖ୍ୟ ବକ୍ତା ଭାବେ ଗୌରାଙ୍ଗ କୁମାର ସାହୁ ଯୋଗଦାନ କରିଥିବା ବେଳେ ସାହିତ୍ୟ ସଂସ୍କୃତି ର ସଭାପତି ଶ୍ରୀଯୁକ୍ତ ଜ୍ୟୋତି ପ୍ରକାଶ ଗଡତ୍ୟା,ସମ୍ପାଦକ ଶ୍ରୀଯୁକ୍ତ ପ୍ରମୋଦ କୁମାର ପାଲ ଆୟୋଜନ କରିଥିଲେ । ବରିଷ୍ଠ କବି ତଥା ଲେଖକ ଭିକାରୀ ଚରଣ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଅବସର ରେ ସାହିତ୍ୟ ସଂସ୍କୃତି ପରିଷଦ ପକ୍ଷରୁ ବାର୍ଷିକ ସ୍ମରଣିକା ଉନ୍ମୋଚିତ ହେବା ସହ ଶିଳ୍ପୀ ସମ୍ମାନ, ଶିକ୍ଷା ସମ୍ମାନ, ବିଷୁବ ସମ୍ମାନ ରେ ମାନପତ୍ର ସହ ସମ୍ମାନୀତ କରାଯାଇଥିଲା ।

ଏହି ଉତ୍ସବ ପାଳନ ଅବସର ରେ ଅନେକ ବରିଷ୍ଠ କବି, ଲେଖକ ସଦସ୍ୟ, ସଦସ୍ୟା ନିଜ ନିଜ ମତ ପ୍ରକାଶ କରିବା ସହ ନିଜ ଧର୍ମ, ସଂସ୍କୃତି, ପରମ୍ପରା ଉପରେ ମତ ପ୍ରକାଶ କରିଥିଲେ । ଯୁଗଳ କିଶୋର ଷଡ଼ଙ୍ଗୀ,ରାଜୀବ ଲୋଚନ ପାଢ଼ୀ, ବିଶ୍ୱରାମ ଠାକୁର,ଭିକାରୀ ମିଶ୍ର, ସଞ୍ଜୟ ଅଗସ୍ତି, ଜଗନ୍ନାଥ ପଣ୍ଡା ତଥା ବହୁ ମାନ୍ୟ,ଗନ୍ୟ ବ୍ୟକ୍ତି ବିଶେଷ ଯୋଗ ଦେଇ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...