ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦୁଝର, (୧୭/୦୨) : ଆନନ୍ଦପୁର ଜଳଯୋଗାଣ କାର୍ଯ୍ୟାଳୟ ପରିସରରୁ ଜଣେ ସିକ୍ୟୁରିଟି ଗାର୍ଡଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି ।
ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣି ସ୍ଥାନୀୟ ଲୋକେ ଆନନ୍ଦପୁର-କରଞ୍ଜିଆ ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାରେ ଯାତାୟତ କରୁଥିବା ଗାଡ଼ିମଟର ଅଟକି ରହିଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି । ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ କିଭଳି ହୋଇଛି ମୃତଦେହ ବ୍ୟବଚ୍ଛେଦ ପରେ ଜଣାପଡ଼ିବ ଏବଂ ଘଟଣାର ତଦନ୍ତ ଜାରି ରହିଛି ବୋଲି ପୁଲିସ ସୂଚନା ଦେଇଛି ।