32.9 C
Balāngīr
Wednesday, April 23, 2025

ସୁଇସାଇଡ ନୋଟ ଲେଖି ଟ୍ରେନ ଆଗକୁ ଡେଇଁଲେ ଯୁବକ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଟକ, (୦୧/୦୩) : ସୁଇସାଇଡ ନୋଟ ଲେଖି ଟ୍ରେନ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ବାରଙ୍ଗ ଥାନା ଅନ୍ତର୍ଗତ ସାରଙ୍ଗେଇ ମନ୍ଦିର ନିକଟ ରେଳ ଟ୍ରାକରୁ ରେଲୱେ ପୁଲିସ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଜବତ କରିଛି ।

ମୃତକଙ୍କ ନାମ ଆଶିଷ ଜେନା ବୋଲି ଜଣାପଡ଼ିଛି । ପୁଲିସ ଘଟଣାସ୍ଥଳରୁ ଆଶିଷଙ୍କ ସ୍କୁଟି ଏବଂ ମୋବାଇଲ ଫୋନ ସହିତ ଏକ ଡାଏରୀ ଜବତ କରିଛି, ଯେଉଁଥିରେ ସେ ଆତ୍ମହତ୍ୟାର କାରଣ ଲେଖିଛନ୍ତି । ନିଜ ମୃତ୍ୟୁ ପାଇଁ ଆଶିଷ ଦୁଇ ଜଣ ଯୁବକଙ୍କୁ ଦାୟୀ କରିଛନ୍ତି । ଯୁବକଦ୍ବୟଙ୍କ ନାମ ବ୍ରହ୍ମାନନ୍ଦ ମଙ୍ଗରାଜ ଓ ଦେବୁଦତ୍ତ ସ୍ବାଇଁ ବୋଲି ଆଶିଷ ଲେଖିଛନ୍ତି । ଉଭୟ ବ୍ରହ୍ମାନନ୍ଦ ଏବଂ ଦେବୁଦତ୍ତ ତାଙ୍କୁ ବାରମ୍ବାର ଧମକ ଏବଂ ନିର୍ଯାତନା ଦେଉଥିବା କାରଣରୁ ସେ ଆତ୍ମହତ୍ୟା କରିଥିବା ଆଶିଷ ଉଲ୍ଲେଖ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...