32.9 C
Balāngīr
Tuesday, May 20, 2025

ସୁନା ଗହଣା ଲୁଟ୍ ମାମଲା;୨ ଗିରଫ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

କେନ୍ଦୁଝର, (୦୯/୦୫) : ଆପ୍ର. : କେନ୍ଦୁଝର ଟାଉନ୍ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା । ୨ଜଣ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ଲୁଟ୍ ସୁନାଗହଣା ଜବତ କରିଛି ପୋଲିସ ।

ସୂଚନା ଅନୁସାରେ, ଗତ ଏପ୍ରିଲ ୨୭ ତାରିଖରେ କେନ୍ଦୁଝର ସହର ନରଣପୁରର ଦୀପକ କୁମାର ସାହୁ ରାତି ସାଢ଼େ ୯ଟା ବେଳେ ତାଙ୍କ ସୁନାଦୋକନ ବନ୍ଦ କରି ବାଇକରେ ଘରକୁ ଫେରୁଥିଲେ । ଏହି ସମୟରେ ୨ଟି ବାଇକରେ ୫ଜଣ ଦୁର୍ବୃତ୍ତ ଦୀପକଙ୍କୁ ଆକ୍ରମଣ କରି ତାଙ୍କ ପାଖରେ ଥିବା ସୁନାଗହଣା ବ୍ୟାଗ୍ ଛଡ଼ାଇ ନେଇ ଫେରାର୍ ହୋଇଯାଇଥିଲେ । ଏନେଇ ଟାଉନ୍ ଥାନାରେ ଦୀପକ ଏତଲା ଦେଇଥିଲେ । ଏତଲା ଆଧାରରେ ଏସପିଙ୍କ ନିର୍ଦ୍ଦେଶରେ ଏକ ସ୍ଵତନ୍ତ୍ର ଟିମ୍ ପ୍ରଥମେ ବିଭିନ୍ନ ଅଞ୍ଚଳର ସିସିଟିଭି ଯାଞ୍ଚ କରିଥିଲେ ।

ଏହାପରେ କେନ୍ଦୁଝର ସହରର ବିଭିନ୍ନ ହୋଟେଲ୍ ଯାଞ୍ଚ କରିବା ସମୟରେ ଏକ ହୋଟେଲ୍ ଭିତରେ ୨ଜଣ ଅଭିଯୁକ୍ତ ଥିବାବେଳେ ଅନ୍ୟ ଅଭିଯୁକ୍ତ ଫେରାର ହୋଇଯାଇଥିଲେ । ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସେମାନଙ୍କ ଠାରୁ ସୁନା, ରୁପା ଗହଣା, ୨ଟି ମୋବାଇଲ୍ ଫୋନ୍ ଜବତ କରିଛି ପୋଲିସ । ଏହି ଲୁଟରେ ସମ୍ପୃକ୍ତ ଅନ୍ୟ ୩ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରି ପୋଲିସ ସେମାନଙ୍କୁ ଖୋଜୁଥିବା କହିଛନ୍ତି ସଦର ଏସଡ଼ିପିଓ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...