32.9 C
Balāngīr
Friday, April 25, 2025

ସୁନ୍ଦରଗଡ଼ରେ ୧୨ ଘଣ୍ଟିଆ ବନ୍ଦ ପାଳନ, ତାମିଲନାଡ଼ୁରୁ ଝିଅଙ୍କୁ ଫେରାଇ ଆଣିବାକୁ ଦାବି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସୁନ୍ଦରଗଡ଼, (୨୨/୦୧) : ଆଜି ସୁନ୍ଦରଗଡ଼ରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ତାଲିମ ଓ ନିଯୁକ୍ତି ନାମରେ ତାମିଲନାଡ଼ୁରେ ଜିଲ୍ଲାର ୯୦ ଜଣ ଝିଅଙ୍କୁ ନିର୍ଯ୍ୟାତନା ଦିଆଯାଉଥିବା ଅଭିଯୋଗରେ ତାତିଛନ୍ତି ଜନତା ।

ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ଫେରାଇ ଆଣିବାକୁ ଦାବି କରାଯାଇଛି । କୋଶଳ ସମାଜ ନେତୃତ୍ୱରେ ଏହି ବନ୍ଦ ଡାକରା ଦିଆଯାଇଛି । ସରକାରଙ୍କ କୌଶଳ ବିକାଶ ଯୋଜନାରେ ତାମିଲାନାଡ଼ୁକୁ ପଠାଯାଇଥିବା ଝିଅମାନେ କାମ କରୁଥିଲେ । କିନ୍ତୁ କାମ କରୁଥିବା ଝିଅମାନେ ଘରକୁ ଫେରିବାକୁ ଚାହୁଁଥିଲେ ବି ସେମାନଙ୍କୁ କମ୍ପାନୀ ଛାଡ଼ୁ ନ ଥିବା ଅଭିଯୋଗ ହୋଇଛି । ଝିଅମାନଙ୍କୁ ଫେରାଇ ଆଣିବାକୁ ଜିଲ୍ଲା କୌଶଳ ବିକାଶ ଅଧିକାରୀଙ୍କ ନେତୃତ୍ୱରେ ଏକ ଟିମ୍ ଯାଇଥିଲା । କିନ୍ତୁ କମ୍ପାନୀ ସେମାନଙ୍କୁ ପର୍ଯ୍ୟାୟକ୍ରମେ ଛାଡ଼ିବାକୁ କହିବାରୁ ଅଭିଭାବକମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।

ସେମାନଙ୍କୁ ଜଲଦି ଘରକୁ ଫେରାଇ ଆଣିବାକୁ ଅଭିଭାବକମାନେ ଦାବି କରିଛନ୍ତି । ଏ ନେଇ ଆଜି ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି । ଜିଲ୍ଲାରେ ଆନ୍ଦୋଳନକାରୀମାନେ ପିକେଟିଂ କରିବା ସହିତ ରାସ୍ତା ଅବରୋଧ କରିଛନ୍ତି । ଜିଲ୍ଲାରେ ଦୋକାନ ବଜାର ବନ୍ଦ ରହିବା ସହିତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିଛି । ବନ୍ଦ ପାଳନ ଯୋଗୁଁ ସାଧାରଣ ଜନ ଜୀବନ ବାଧା ପ୍ରାପ୍ତ ହୋଇଥିବା ଦେଖିବାକୁ ମିଳିଛି ।

 

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...