32.9 C
Balāngīr
Wednesday, April 23, 2025

ସୁବର୍ଣ୍ଣପୁରରେ କୁଷ୍ଠ ନିରାକରଣ ଦିବସ ପାଳିତ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୩୦/୦୧) :ସୁବର୍ଣ୍ଣପୁର ମୁଖ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ଓ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ କୁଷ୍ଠ ନିରାକରଣ ଦିବସ ପାଳିତ ହୋଇଯାଇଛି ।WhatsApp Image 2025 01 31 at 09.21.23 ସୁବର୍ଣ୍ଣପୁରରେ କୁଷ୍ଠ ନିରାକରଣ ଦିବସ ପାଳିତ

ଏହି ଅବସରରେ ନର୍ସିଙ୍ଗ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଏକ ସଚେତନତା ରାଲି ଆୟୋଜିତ ହୋଇଥିଲା। ଏହି ରାଲିକୁ ମୁଖ୍ୟ ଜିଲ୍ଲାସ୍ୱାସ୍ଥ୍ୟ ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା.ପ୍ରଦୀପ କୁମାର ଗୁରୁ, ଡିଏସପି ପ୍ରତାପ କୁମାର ରଣା ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ । ପରେ ପରେ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ସଚେତନତା ସଭା ଆୟୋଜିତ ହୋଇଥିଲା । ଏହି ସଭାରେ ମୁଖ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ କୁମାର ଗୁରୁ, ଡି ଏସ ପି ପ୍ରତାପ କୁମାର ରଣା, ଏ ଡି ପି ଏଚ ଓ (ଟି ବି )ଡା. ପଦ୍ମହଂସା ଦୋରା, ଏ ଡି ପି ଏଚ ଓ (ଡି. ସି ) ଡା.ରମେଶ ଚନ୍ଦ୍ର ସ୍ୱାଇଁ, ଡି ଏମ ଓ (ଏମ ଏସ )ତଥା ଅଧିକ୍ଷକ ଡା. ଦୁର୍ଗାଦତ୍ତ ଦାସ, ଡି ପି ଏମ ବିଶ୍ୱମ୍ବର ବେହେରା ଅତିଥିଭାବେ ମଂଚାସୀନ ରହିଥିଲେ । କୁଷ୍ଠ ରୋଗର କାରଣ, ନିରାକରଣ, ଲକ୍ଷଣ ଓ ଚିକିତ୍ସା ଆଦି ବିଷୟରେ ଅତିଥି ବୃନ୍ଦ ଆଲୋକପାତ କରିଥିଲେ । ସଭା ଶେଷରେ ଏକ କୁଇଜ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ସଠିକ ଉତ୍ତର ଦାତାଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଡ଼ିଏଲସି ଗୌରୀ ଶଙ୍କର ପଣ୍ଡା ଓ ଏ ଡି ପି ଏଚ ସି ଓ ବୃନ୍ଦାବନ ସାହୁ ଙ୍କ ପରିଚାଳନାରେ ଅନୁଷ୍ଠିତ ଦିବସର ବିଭିନ୍ନ କାର୍ଯ୍ୟକ୍ରମରେ ଆସିଷ୍ଟାଣ୍ଟ ମ୍ୟାନେଜର ଗୀତାଞ୍ଜଳି ମେହେର, ନାରାୟଣ ରଥ, ଅନୁପ ରଞ୍ଜନ ଦାସ, ସୁନୀଲ କୁମାର ମହାନ୍ତି, ଦେବାଶିଷ ବାରିକ, କୃଷ୍ଣ ଚନ୍ଦ୍ର ଦୀପ ପ୍ରମୁଖ କର୍ମଚାରୀ ସହଯୋଗ କରିଥିଲେ। ସ୍ୱାସ୍ଥ୍ୟ ବିଭାଗ ତରଫରୁ ସମଗ୍ର ଜିଲ୍ଲାରେ କୁଷ୍ଠ ନିରାକରଣ ସଚେତନତା ନିମନ୍ତେ ଜାନୁୟାରୀ ୩୦ ତାରିଖ ଠାରୁ ଫେବୃଆରୀ ୧୩ ତାରିଖ ପର୍ଯ୍ୟନ୍ତ ବ୍ୟାପକ ଭାବରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିବ ବୋଲି ବିଭାଗୀୟ ଅଧିକାରୀ ସୂଚନା ପ୍ରଦାନ କରିଛନ୍ତି।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...