32.9 C
Balāngīr
Tuesday, May 13, 2025

ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଆ ସପ୍ତାହ ପାଳିତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ସୁବର୍ଣ୍ଣପୁର ,(୧୯/୦୪) : ଆ.ପ୍ର : ଓଡ଼ିଆ ଭାଷା ଓ ଲିପିର ସମୃଦ୍ଧି ତଥା ପ୍ରଶାସନିକ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରିକ କାର୍ଯ୍ୟ ସମ୍ପାଦନକୁ ତ୍ୱରାନ୍ୱିତ କରିବା ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଓଡ଼ିଆ ସପ୍ତାହ ପାଳିତ ହୋଇଯାଇଛି ।

ଏହି ଅବସରରେ ଜିଲ୍ଲାପାଳ କାର୍ଯ୍ୟାଳୟର ପ୍ରଶାସନିକ କର୍ମଚାରୀଙ୍କ ମଧ୍ୟରେ “ସମାଜ ବିକାଶରେ ଆମ ଭାଷା ସଂସ୍କୃତିର ଭୂମିକା” ଶୀର୍ଷକରେ ପ୍ରବନ୍ଧ ଲିଖନ ଏବଂ “ପ୍ରଶାସନିକ ବିଧି ବ୍ୟବସ୍ଥାରେ ଓଡ଼ିଆ ଭାଷାର ଗୁରୁତ୍ୱ” କୁ ନେଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାବେଳେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଛି । ସହକାରୀ ଜିଲ୍ଲାପାଳ ଜ୍ୟୋତିର୍ମୟୀ ମଲ୍ଲିକଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ସୃଜନାତ୍ମକ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ଓ ଡେପୁଟି କଲେକ୍ଟର ଯଶସ୍ୱୀନି ପୋଥାଲ ଅତିଥି ଭାବେ ଯୋଗଦେଇ ପ୍ରଶାସନିକ କାର୍ଯ୍ୟରେ ଓଡ଼ିଆ ଭାଷାର ପ୍ରଚଳନ ସମାଜ ବିକାଶରେ ଗୁରୁତ୍ୱ ରଖେ ବୋଲି କହିବା ସହ ଓଡ଼ିଆ ଲିପି ଓ ଭାଷାର ବ୍ୟବହାର୍ଯ୍ୟ ଦିଗ ପ୍ରତି ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଓଡ଼ିଆ ଅସ୍ମିତାର ପ୍ରାଚୁର୍ଯ୍ୟକୁ ବଜାୟ ରଖିବାକୁ ସମୂହ ସଂକଳ୍ପ ନିଆଯାଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...