32.9 C
Balāngīr
Friday, June 13, 2025

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ପାଳିତ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୫/୦୮) : ସୁବର୍ଣ୍ଣପୁର ରାମେଶ୍ବର ଷ୍ଟାଡିୟମ ଠାରେ ୭୮ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି ।

ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ମିଳିତ ପ୍ୟାରେଡ ରେ ଅଭିବାଦନ ଗ୍ରହଣ କରିଥିଲେ l ଆଜିର ଦିନରେ ସ୍ୱାଧୀନତା ସଂଗ୍ରାମରେ ଝାସ ଦେଇଥିବା ମହାପୁରୁଷଙ୍କ ବଳିଦାନକୁ ଆମେ ସମସ୍ତେ ମନେ ରଖିବା ଉଚିତ ବୋଲି ଆହ୍ବାନ ଦେଇଥିଲେ । ଦେଶ ସ୍ବାଧୀନ ହେବାରେ ସୁବର୍ଣ୍ଣପୁର ର ଭୂମିକା ବି ଅତି ଗୁରୁତ୍ବପୂର୍ଣ୍ଣ ଥିବା ସେ ତାଙ୍କ ଅଭିଭାଷଣରେ କହିଥିଲେ। ଚଳିତ ବର୍ଷ ସହରର ମୋଟ ୪୩ଟି ପ୍ୟାରେଡ ଦଳ ସାମିଲ ହୋଇଥିବାବେଳେ ବିଭିନ୍ନ ବିଭାଗ ପକ୍ଷରୁ ପ୍ରଜ୍ଞାପନ ମେଢ ଗୁଡିକ ପ୍ରଦର୍ଶିତ ହୋଇଥିଲା । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ବ ହାସଲ କରିଥିବା ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ପ୍ୟାରେଡ ପଡ଼ିଆରେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...