32.9 C
Balāngīr
Wednesday, April 23, 2025

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ବିଶ୍ଵ ଟି.ବି ଦିବସ ପାଳିତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ସୁବର୍ଣ୍ଣପୁର (୨୪/୦୩-ଆପ୍ର) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମ ସଭା ଗୃହଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ଯକ୍ଷ୍ମl ଦିବସ-୨୦୨୫ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ଭିବିଡି) ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l66a98d8a 03f8 4432 9988 9c7f0a93365a ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ବିଶ୍ଵ ଟି.ବି ଦିବସ ପାଳିତ

ଉକ୍ତ ସଭାରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଡି ସି )ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ଟିବି) ଡ଼ା ପଦ୍ମହଂସ ଦୋରା ଓ ଭାରପ୍ରାପ୍ତ ଅଧ୍ୟକ୍ଷା ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ ତାଲିମର ଶ୍ୟ।ହେଲି ହାଲଦ।ର୍ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଟି.ବି ର କାରଣ, ଲକ୍ଷଣ ଓ ଏହାର ସୁ-ସମାଧାନ ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରି ସଚେତନତା ବାର୍ତ୍ତା ପ୍ରଦାନକରି ସୁସ୍ଥ ସୁନ୍ଦର ସମାଜ ତଥା ଟି.ବି ମୁକ୍ତ ଭାରତ ଗଠନ କରିବା ପାଇଁ ସମସ୍ତେ ଏକାଠି ହେବା ଉପରେ ଆଲୋକପାତ କରିଥିଲେ | ଅତିଥି ବୃନ୍ଦ ଡ୍ରଇଂ ଓ କୁଇଜ୍ ପ୍ରତିଯୋଗୀ ୧୦ ଜଣଙ୍କୁ ପୁରସ୍କୃତ କରିଥିଲେ । ଉକ୍ତ ସଭାରେ ନର୍ସିଂ ସ୍କୁଲର ଛାତ୍ରଛାତ୍ରୀ, ନର୍ସିଂ ଅଫିସର, ସ୍ଵାସ୍ଥ୍ୟ ବିଭାଗର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁମାନେ ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବା ବେଳେ ସନ୍ତୋଷ କୁମାର ସାହୁ, ମୀନାକ୍ଷୀ ସ୍ୱାଇଁ କାଉନସିଲର ଓ ଟି.ବି ଚମ୍ପିୟାନ ଈଶ୍ୱର ନାଗ ଉକ୍ତ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ ।ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...