32.9 C
Balāngīr
Tuesday, May 20, 2025

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ସମାରୋହ ରେ ପାଳିତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ସୁବର୍ଣ୍ଣପୁର, (୨୬/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ଆୟୋଜିତ ଏହି ଜୟନ୍ତୀ ସମାରୋହରେ ମୁଖ୍ୟଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ , ସମ୍ମାନିତ ଅତିଥିଭାବେ ଜିଲ୍ଲା ସମାଜ କଲ୍ୟାଣ କଲ୍ୟାଣ ଅଧିକାରିଣୀ ଅନୁପମା ପଣ୍ଡା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ସମ୍ମାନନୀୟ ବକ୍ତାଭାବେ ଐତିହାସିକ ତଥା ସୁ- ଲେଖକ, ଶିକ୍ଷାବିଦ ସୁଦାମ ଚରଣ ନାଏକ, ଶିକ୍ଷାବିତ୍ ତଥା ବି ଇ ଓ ଲକ୍ଷ୍ମଣ ମିଶ୍ର ଯୋଗଦାନ କରି ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୀବନ ଦର୍ଶନ ସହ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ଅବଦାନ ତଥା ଓଡ଼ିଆ ଭାଷା, ସଂସ୍କୃତି, ସାହିତ୍ୟ, ଶିକ୍ଷାର ବିକାଶରେ ନିଷ୍ଠାପର ଯୋଗଦାନର ସ୍ମୃତି ଚରଣ କରିଥିଲେ ।

କାର୍ଯ୍ୟକ୍ରମ ଅବସରରେ ପେହେଲଗାମ ମୃତକଙ୍କ ଅମରଆତ୍ମାର ସଦଗତି ନିମନ୍ତେ ନିରବ ପ୍ରାର୍ଥନା ଅନୁଷ୍ଠିତ କରାଯାଇଥିଲା । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ କାର୍ଯ୍ୟକ୍ରମ ସଂଯୋଜନା ସହ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ଜିଲ୍ଲା ଶିଶୁ ସୁରକ୍ଷା ଆଇନ ପରାମର୍ଶଦାତା କେଶବ ମେହେର, ସମାଜ ସେବୀ ଗୋବିନ୍ଦ ମହାରଣା, ଶିକ୍ଷାବିତ୍ ଗତିକୃଷ୍ଣ ମିଶ୍ର, ଅମ୍ବୁଜ ବିହାରୀ ଶତପଥି, ପ୍ଲାବନ କୁମାର ମହାପାତ୍ର ଙ୍କ ସମେତ ସରକାରୀ ପଦାଧିକାରୀ, ବୁଦ୍ଧିଜୀବୀ, ଶିକ୍ଷକ ଶିକ୍ଷୟତ୍ରୀ, ସାହାରା ଟ୍ରଷ୍ଟ ବିଦ୍ୟାଳୟ ଓ ମହାନଦୀ ଧାରାର ଛାତ୍ରଛାତ୍ରୀଙ୍କ ସହ ଗଣମାଧ୍ୟମର ଜିଲ୍ଲା ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହି ମହାରାଜାଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟ ପ୍ରଦାନ ପୂର୍ବକ ସାମୁହିକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...