32.9 C
Balāngīr
Thursday, June 12, 2025

ସେକ୍ସ ରାକେଟ ଉପରେ ପୋଲିସର ଚଢଉ, ଦେହଜୀବି ସହ ୧୯ ଗିରଫ

Must read

ଜଳେଶ୍ବର, (୦୫/୦୬) : ଆପ୍ର. : ବାଲେଶ୍ବର ଜିଲ୍ଲା ତାଳସାରୀ ମେରାଇନ ଥାନା ଅନ୍ତର୍ଗତ ଏକ ଘରୋଇ ହୋଟେଲରେ ପୋଲିସର ଚଢଉ ।

ସଠାରେ ସେକ୍ସ ରାକେଟ ଚାଲୁଥିବା ବେଳେ ୧୦ ଜଣ ଦେହଜୀବି, ୬ ଜଣ ଦଲାଲ ଏବଂ ୩ ଜଣ ଗ୍ରାହକଙ୍କ ସମେତ ମୋଟ ୧୯ ଜଣଙ୍କୁ ଗିରଫ କରିଛି ପୋଲିସ । ଏହା ସହ ଉକ୍ତ ହୋଟେଲକୁ ସିଜ କରିବା ସହିତ ସେକ୍ସ ରାକେଟରେ ବ୍ଯବହାର ହେଉଥିବା ଏକ ସ୍ବିଫ୍ଟକାର ମଧ୍ଯ ଜବଦ ହୋଇଛି । ଓଡିଶା ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ତାଳସାରୀ ବେଳାଭୂମି ନିକଟରେ ଗଢିଉଠିଥିବା ବିଭିନ୍ନ ଘରୋଇ ହୋଟେଲରେ ଦେହ ବ୍ଯବସାୟ ଚାଲୁଥିବା ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିବା ବେଳେ କିଛିଦିନ ପୂର୍ବରୁ ସ୍ଥାନୀୟ ଲୋକେ ଦେହ ବ୍ଯବସାୟ ବନ୍ଦ କରିବା ପାଂଇ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବା ପାଂଇ ମାଇକ ଯୋଗେ ପ୍ରଚାର ମଧ୍ଯ କରିଥିଲେ । ଗତକାଲି ବିଳମ୍ବିତ ରାତିରେ ବାଲେଶ୍ବର ଏସପିଙ୍କ ନିର୍ଦ୍ଦେଶ କ୍ରମେ ତାଳସାରୀ ମେରାଇନ ଥାନା ଆଇଆଇସିଙ୍କ ନେତୃତ୍ବରେ ଏକ ସ୍ବତନ୍ତ୍ର ପୋଲିସ ଟିମ ଉକ୍ତ ହୋଟେଲରେ ଚଢଉ କରି ୧୯ ଜଣଙ୍କୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...