32.9 C
Balāngīr
Wednesday, April 23, 2025

ସୋନପୁର ଆଦର୍ଶ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.
ରିପୋର୍ଟ : ଧୃବରାଜ ମିଶ୍ର //
ସୁବର୍ଣ୍ଣପୁର (୧୭/୧୨) : ସ୍ଥାନୀୟ ଲୁଲୁ ପଡିଆ ଠାରେ ସୋନପୁର ଆଦର୍ଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି | ମୁଖ୍ୟ ଅତିଥି ଭାବରେ ଓଡ଼ିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖାର ସଭାପତି ମନୋରଞ୍ଜନ ତ୍ରିପାଠୀ ଯୋଗଦେଇ ଖେଳାଳି ଙ୍କୁ ଉତ୍ସାହିତ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଯୁବନେତା ପ୍ରଭାତ କିଶୋର ଦାନୀ, ବିଗୁଲ ଟିଭି ର ପ୍ରତିଷ୍ଠାତା ସନ୍ତୋଷ କୁମାର ମିଶ୍ର, କ୍ରୀଡା ଶିକ୍ଷକ ତଥା ସାମ୍ବାଦିକ ସଞ୍ଜୟ କୁମାର ସାହୁ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଜଣେ ଜଣେ ସଫଳ କ୍ରୀଡ଼ାବିତ ହେବାପାଇଁ ମାର୍ଗଦର୍ଶନ ଦେଇଥିଲେ |

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବ୍ରତାନନ୍ଦ ଭୋଇ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଶିକ୍ଷୟିତ୍ରୀ କବିତାରାଣୀ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ | ଶିକ୍ଷୟିତ୍ରୀ ମାଳତୀ ଦାସ, ସଂଗୀତା ମହାନ୍ତି,ଅନୁପମା ପାଣ୍ଡିଆ,ସୁହାସିନୀ ପଟ୍ଟନାୟକ ସହଯୋଗ କରିଥିଲେ | ୧୦୦ ମିଟର ବାଳିକା ଦୌଡ ପ୍ରତିଯୋଗୀତା ରେ ଲକ୍ଷ୍ମୀ ଟୁଡୁ ପ୍ରଥମ, କ୍ରିଷ୍ଣା ମୟୀ ସୁନା ଦ୍ବିତୀୟ, ସୁନୀତା କବାଟ ତୃତୀୟ ସ୍ଥାନ ଓ ବାଳକ ବର୍ଗ ରେ ବିନୀତ ପ୍ରଧାନ ପ୍ରଥମ, ଅମନ କୁମ୍ଭାର ଦ୍ବିତୀୟ, ଓ ଦେବାଶିଷ ଜଗଦଲା ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ ବାଳିକା ବିଭାଗ ସଟ ଫୁଟ ରେ ପ୍ରଥମ ସୁବନ୍ୟା କୁମ୍ଭାର, ଦ୍ବିତୀୟ ଆୟତ୍ତ ବାଦି, ତୃତୀୟ ପ୍ରୀୟଙ୍କା ବାଳକ ବିଭାଗ ରେ ଅମ୍ରିତ ନାଗ, ଶିବୁ ମହାରଣା, ଦେବାଶିଷ ଓ ସଂଗ୍ରାମ ମହାପାତ୍ର, ହରିହର ଡାକୁଆ, ସାହିଲ, ବାଳିକା ବର୍ଗ ରେ କ୍ରିଷ୍ଣା ମୟୀ, ଲକ୍ଷ୍ମୀ, ସାରଦା, ଓ କନିଷ୍ଠ ବର୍ଗ ରେ ସ୍ଵlତୀ, ପ୍ରତିଜ୍ଞା, ମନିଷl ଯଥା କ୍ରମେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛନ୍ତି l

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...