32.9 C
Balāngīr
Thursday, June 12, 2025

ସୋନପୁର ଗଡଜାତ ପାଇଁ ବାହାରିଲା ନୂଆଖାଇ ଲଗ୍ନ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୭/୦୮) : ସୋନପୁର ଗଡ଼ଜାତ ଓ ପଞ୍ଚରା ଅଞ୍ଚଳ ପାଇଁ ନୁଆଁଖାଇ ଲଗ୍ନ ସ୍ଥାନୀୟ ବଡ ଜଗନ୍ନାଥ ମନ୍ଦିର ପରିସରରେ ଥିବା ମୁକ୍ତିମଣ୍ଡପ ରେ ପଣ୍ଡିତ ମହାସଭା ବସି ଲଗ୍ନ ନିର୍ଘଣ୍ଟ ସ୍ଥିର କରାଯାଇଛି ।

ଚଳିତ ବର୍ଷ ସେପ୍ଟେମ୍ବର ୮ ତାରିଖ ରବିବାର ପଞ୍ଚମୀ ଦିନ ଘ.୯.୨୩ମି ରୁ ଘ.୯.୩୭ମି ମଧ୍ୟେ ବିଶୁଦ୍ଧ ତୂଳା ଲଗ୍ନ କୁମ୍ଭ ନବାଂଶ ଭୋଗ ସମୟରେ ନୂଆଁଖାଇ ଲଗ୍ନ ସ୍ଥିର ହୋଇଥିବା ବେଳେ ପ୍ରାତଃ ୮ ଘଣ୍ଟା ରୁ ୮.୫୫ ମି ମଧ୍ୟେ ସମଲେଶ୍ଵରୀ ମନ୍ଦିର ରୁ ବିରାଟ ପଟୁଆରରେ ମା ସୁରେଶ୍ୱରୀଙ୍କ ପାଇଁ ପାହୁର ଯାତ୍ରା ବାହାରିବ ଓ ଅଷ୍ଟ ଚଣ୍ଡି, ଅଷ୍ଟ ଶମ୍ଭୁ ଓ ଅଷ୍ଟ ବିଷ୍ଣୁ ଙ୍କ ଠାରେ ନବାହ୍ନ ଲାଗି ହେଲା ପରେ ନିଜ ନିଜ ଇଷ୍ଟ ଦେବୀ ଓ ସାଧାରଣ ଜନତା ନବାହ୍ନ ଭକ୍ଷଣ କରିବେ । ବହୁ ପୂର୍ବରୁ ସୋନପୁର ଗଡ଼ଜାତ ରାଜ୍ୟର ନୁଆଖାଇ ପାଇଁ ଏହି ଲଗ୍ନ ପରମ୍ପରା ଚାଲିଆସି ଥିବା ବେଳେ ପ୍ରତିବର୍ଷ ସୋନପୁରର ବଡ ଜଗନ୍ନାଥ ମନ୍ଦିରର ମୁକ୍ତି ମଣ୍ଡପରେ ବସି ପଣ୍ଡିତ ମାନେ ଲଗ୍ନ ନିର୍ଘଣ୍ଟ ସ୍ଥିର କରିଥାନ୍ତି ।

ସୋନପୁରର ଇଷ୍ଟଦେବୀ ମା ସୁରେଶ୍ୱରୀଙ୍କ ନାମ ଜ୍ୟୋତିଷି ଶାସ୍ତ୍ର ଅନୁସାରେ ତିଥି ଓ ଲଗ୍ନ ନିର୍ଘଣ୍ଟ ଗଣନା କରାଯାଇ ଥାଏ ଚଳିତ ବର୍ଷ ଜ୍ୟୋତିର୍ବିଦ ପଣ୍ତିତ ରାଜେନ୍ଦ୍ର କୁମାର ମହାପାତ୍ର ଲଗ୍ନ ନିର୍ଘଣ୍ଟ କରିଥିଲେ । ଆଜିର ଏହି ଲଗ୍ନ ନିର୍ଘଣ୍ଟ ସଭାରେ ଜିଲ୍ଲାର ବହୁ ବିଶିଷ୍ଟ ପଣ୍ଡିତ ମାନଙ୍କ ସହ ଗୌରୀ ଶଙ୍କର ରଥ, ପୌରାଧ୍ୟକ୍ଷା ତାମସୀ ତାମସ୍ମୀତା ନାଏକ, ପୂଜକ ରାମ ଗୋପାଳ ପୂଜାରୀ, ଜୟ ନାରାୟଣ ମିଶ୍ର, ଷଷ୍ଠୀ ଥନାପତି, ଅଚ୍ୟୁତ ପୂଜାରୀ, ସୁରୁବାବୁ ଥନାପତି ଙ୍କ ସହ ପ୍ରକାଶ ସାହୁ, ଶ୍ରୀବତ୍ସ ମଲ୍ଲିକ, ବଲାଂଗୀର ସାଂସଦ ପ୍ରତିନିଧି ଶିବରାମ ସାହୁ, ବୈକୁଣ୍ଠ ଶତପଥୀ, ତିଲୋଚନ ତରିଆ ସହ ଅନେକ ବିଦ୍ୱାନ ଓ ବୁଦ୍ଧିଜୀବି ମାନେ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...