ରିପୋର୍ଟ : ଧୃବରାଜ ମିଶ୍ର //
ସୁବର୍ଣ୍ଣପୁର (୦୮/୦୧) :ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି l
ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ରାମ ପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୯ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୩ଟି ଗ୍ରହଣ କରାଯାଇଥିବା ବେଳେ ୧୬ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ସୋନପୁର ବିଡ଼ିଓଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସୋନପୁର ଉପଜିଲ୍ଲାପାଳ ଡ଼ଃ ସୌମ୍ୟାରୁପା ରଥଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l