32.9 C
Balāngīr
Wednesday, April 30, 2025

ସୋନପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୨୩ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୦୩/୦୩) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି lWhatsApp Image 2025 03 04 at 07.28.19 ସୋନପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୨୩ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୩ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ୨୧ଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା । ୨ଟି ଦରଖାସ୍ତର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ସୋନପୁର ବିଡିଓ ସଂଜୀବ କୁମାର ସାହୁ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ କୁମାର ମେହେର, ସୋନପୁର ଉପ ଜିଲ୍ଲାପାଳ ଡଃ ସୌମ୍ୟାରୂପା ରଥ, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ ,ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା, ଡେପୁଟି କଲେକ୍ଟର କୃଷ୍ଣ ମୋହନ ସିଂହ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ସୋନପୁର ତହସିଲଦାର ଜି.ରଶ୍ମି ରେଖା ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ,ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...