ସୁବର୍ଣ୍ଣପୁର, (୦୫/୦୫) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l
ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୭ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ୪୦ଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୭ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା । ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।
ବିଡ଼ିଓ ସୋନପୁର ପ୍ରତୀକ କରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ପଲ୍ଲବୀ ରାଣୀ ରାଜ, ସୋନପୁର ଉପଜିଲ୍ଲାପାଳ ଡଃ ସୌମ୍ୟାରୂପା ରଥ ସମେତ ତହସିଲଦାର ସୋନପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।