32.9 C
Balāngīr
Thursday, June 12, 2025

ସୋନପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୪୭ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

Must read

ସୁବର୍ଣ୍ଣପୁର, (୦୨/୦୬) ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି lWhatsApp Image 2025 06 03 at 06.14.18 ସୋନପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୪୭ଟି ଅଭିଯୋଗ ର ଦରଖାସ୍ତ ଗ୍ରହଣ

ଜିଲ୍ଲାପାଳ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୭ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ୪୦ଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୭ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଗୋଟିଏ ଦରଖାସ୍ତ ରେଡକ୍ରସ ରୁ ଆର୍ଥିକ ସହାୟତା ନିମନ୍ତେ ଗ୍ରହଣ କରାଯାଇଥିବା ବେଳେ ଅନ୍ୟ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ସୋନପୁର ବିଡ଼ିଓ ପ୍ରତୀକ କରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ କୁମାର ମେହେର, ସୋନପୁର ଉପଜିଲ୍ଲାପାଳ ଡଃ ସୌମ୍ୟାରୂପା ରଥ ସମେତ ସୋନପୁର ତହସିଲଦାର, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...