32.9 C
Balāngīr
Saturday, July 12, 2025

ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ୫୦ଟି ଅଭିଯୋଗର ଦରଖାସ୍ତ ଗ୍ରହଣ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୦୫/୦୮) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି lWhatsApp Image 2024 08 05 at 20.45.51 ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ୫୦ଟି ଅଭିଯୋଗର ଦରଖାସ୍ତ ଗ୍ରହଣ

ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୦ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ସମସ୍ତ ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ସୋନପୁର ବିଡିଓ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ସୁବର୍ଣ୍ଣପୁର ଉପଜିଲ୍ଲାପାଳ ସୂରଜ କୁମାର ପଟ୍ଟନାୟକ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ,ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ସୋନପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା l

ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ଆର ଡି ବି ଏନ କେ ରେଡ୍ଡୀ, ସୋନପୁର ତହସିଲଦାର ସୌମ୍ୟାରୂପା ରଥ, ସୋନପୁର ପୌରପରିଷଦ ନିର୍ବାହୀ ଅଧିକାରୀ ମନୋରଞ୍ଜନ ପଣ୍ଡା, ଡେପୁଟି କଲେକ୍ଟର (ଗ୍ରୀଭେନସ) ଶୁଭଶ୍ରୀ ରଥ,ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...