32.9 C
Balāngīr
Thursday, June 12, 2025

ସ୍କର୍ପିଓ ଉପରେ ଚଢ଼ିଗଲା ଟ୍ରକ୍, ଚାଲିଗଲା ୬ ଜୀବନ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବିହାର, (୩୦/୦୪) : ବିହାରର ଭାଗଲପୁରରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବିବାହ ଉତ୍ସବରେ ସାମିଲ ହେବାକୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଧରି ଯାଉଥିବା ଏକ ସ୍କର୍ପିଓ ଉପରେ ଚଢ଼ିଗଲା ଟ୍ରକ୍‌

ଏହି ଦୁର୍ଘଟଣାରେ ୬ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ବିହାରର ଭାଗଲପୁର ଜିଲ୍ଲାର ଆମାପୁର ଗାଁ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି । ଏକ ବିବାହ ଉତ୍ସବରେ ସାମିଲ ହେବାକୁ ୧୦ରୁ ଅଧିକ ଲୋକ ଏକ ସ୍କର୍ପିଓରେ ମୁଙ୍ଗେରରୁ ପିରପେନ୍ତି ଯାଉଥିଲେ। ସ୍କର୍ପିଓଟି ଆମାପୁର ଗାଁ ନିକଟରେ ଯାଉଥିବା ବେଳେ ଦ୍ରୁତ ଗତିରେ ଯାଉଥିବା ଏକ ବାଲି ବୋଝେଇ ଟ୍ରକ୍‌ ଅନିୟନ୍ତ୍ରିତ ହୋଇ ସ୍କର୍ପିଓକୁ ପିଟିଥିଲା।

ଟ୍ରକ୍‌ଟି ସ୍କର୍ପିଓ ଉପରେ ଓଲଟି ପଡ଼ିଥିବା ବେଳେ ତାହା ସମ୍ପୂର୍ଣ୍ଣ ଭାବେ ଚାପି ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ପୁଲିସ୍‌ ପହଞ୍ଚି ଟ୍ରକ୍‌ ତଳେ ଚାପି ହୋଇଥିବା ସ୍କର୍ପିଓକୁ ବାହାର କରି ତା’ ଭିତରୁ ଲୋକଙ୍କୁ ଉଦ୍ଧାର କରିଥିଲା। ଗୁରୁତରଙ୍କୁ ପ୍ରଥମେ ସ୍ଥାନୀୟ ମେଡିକାଲ ପଠାଯାଇଥିବା ବେଳେ ମୃତକଙ୍କ ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି। ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ଜଣାଯାଇଛି।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...