32.9 C
Balāngīr
Wednesday, April 30, 2025

ସ୍କୁଲରେ ମଧ୍ୟାହ୍ନ ଭୋଜନ ନମିଳିବାରୁ ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୁଷୋତ୍ତମପୁର, (୦୬/୦୩) : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଅଞ୍ଚଳରେ ରହିଛି କୁମ୍ଭାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ।

ସ୍କୁଲରେ ପିଲାମାନଙ୍କ ଖାଦ୍ୟ ଅଭାବ ଦେଖାଦେଇଛି । ତେଣୁକରି ଖରାବେଳେ ସ୍କୁଲରେ ମଧ୍ୟାହ୍ନ ଭୋଜନ ମିଳି ନ ଥିବାରୁ ପିଲାମାନେ ରାସ୍ତାରେ ବସି ଧାରଣା ଦେଇଛନ୍ତି । ଯାହାକି ପିଲାଙ୍କ ପଚାରିବାରୁ ଘଟଣା ବିଷୟରେ ଜଣାପଡ଼ିଥିଲା । ଏହି ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି । ଆବଶ୍ୟକ ପରିମାଣରେ ଶ୍ରେଣୀ ଶିକ୍ଷକ ନାହାନ୍ତି । ଯାହା ଫଳରେ ପିଲାଙ୍କ ପାଠପଢା ବ୍ୟାହତ ହେଉଛି । ସୂଚନାନୁସାରେ ଏହି ସ୍କୁଲରେ ପ୍ରଧାନ ଶିକ୍ଷୟତ୍ରୀ ଅବସର ନେବେ ତେଣୁ ସେ ନିଜ ଦାୟିତ୍ୱ ସ୍କୁଲର କିଛି ସଦସ୍ୟ ମାନଙ୍କୁ ହସ୍ତାନ୍ତର କରିଦେଇଥିବା ଜଣାପଡିଥିଲା ।

ଏପଟେ ସ୍କୁଲର ଅନ୍ୟ ଶିକ୍ଷକଙ୍କୁ ପଚାରିଵାରୁ ସେ କହିଥିଲେ ଆମେ କିଛି ଦିନ ପାଇଁ ଦାୟିତ୍ୱରେ ଥିଲୁ । ପ୍ରଧାନ ଶିକ୍ଷୟତ୍ରୀଙ୍କ ନିର୍ଦେଶ ଅନୁସାରେ ଆମେ କାମ କରୁଥିଲୁ । କିନ୍ତୁ ଆଜି ରୋଷେଇ ଦାୟିତ୍ଵ ଆମର ନଥିଲା । ଏଭଳି ପରସ୍ପର ମଧ୍ୟରେ ଦୋଷା ରୋପ କରୁଛନ୍ତି ସ୍କୁଲ ଶିକ୍ଷକ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...