32.9 C
Balāngīr
Tuesday, July 15, 2025

ସ୍ପଷ୍ଟ ଦିବାଲୋକରେ ଯୁବତୀଙ୍କୁ ଗଳାକାଟି ହତ୍ୟା, ଏକ ତରଫା ପ୍ରେମ ସନ୍ଦେହ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ଵର, (୨୫/୦୨) : ସ୍ପଷ୍ଟ ଦିବାଲୋକରେ ଜଣେ ଯୁବତୀଙ୍କୁ ବୀଭତ୍ସଭାବେ ଗଳାକାଟି ହତ୍ୟା କରାଯାଇଛି । ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ଥାନା ଅଞ୍ଚଳରେ ।

ମୃତ ଯୁବତୀ ଜଣକ ସୋର ପୌରାଞ୍ଚଳ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା (୨୫) । ପ୍ରେମ ଜନିତ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଜ୍ୟୋତିର୍ମୟୀ ରଣା ଭୁବନେଶ୍ୱରରେ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିଲେ । ଗତ ଦୁଇ ମାସ ହେବ ସେ ଘରେ ରହୁଥିଲେ । ତାଙ୍କ ପରିବାର ଲୋକ ସୋମବାର ସକାଳେ ଘରେ ନ ଥିଲେ । ସେ ଏକୁଟିଆ ଘରେ ଥିଲେ । ପରିବାର ଲୋକ କିଛି ସମୟ ପରେ ଘରକୁ ଫେରିବା ପରେ ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବାର ଦେଖିବାକୁ ପାଇଥିଲେ । ଏହା ତାଙ୍କୁ ସୋର ଡାକ୍ତରଖାନାକୁ ନେଇଯାଇଥିଲେ । ମାତ୍ର ସେତେବେଳକୁ ସବୁ କିଛି ଶେଷ ହୋଇଯାଇଥିଲା । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଏ ନେଇ ପରିବାର ଲୋକେ ସୋର ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଲିଙ୍ଗପଡ଼ା ଗ୍ରାମରେ ପହଁଚି ଯାଞ୍ଚ ଆରମ୍ଭ କରିଛି । ଗତ ଦୁଇ ଦିନ ତଳେ ଜଣେ ଯୁବକ ତାଙ୍କୁ ହଇରାଣ କରୁଥିବା ନେଇ ସୋର ଥାନାରେ ଅଭିଯୋଗ କରିଥିଲେ । ତେବେ ଜ୍ୟୋତୀର୍ମୟୀଙ୍କୁ କିଏ ଓ କାହିଁକି ଏମିତି ହତ୍ୟା କରିଛି ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିପାରି ନ ଥିବାବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ।

 

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...