32.9 C
Balāngīr
Saturday, July 12, 2025

ସ୍ଵାମୀର ଛୁରା ମାଡ଼ରେ ସ୍ତ୍ରୀ ମୃତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଯାଜପୁର, (୦୯/୦୮) : ପତି ପତ୍ନୀ କଳହର କରୁଣ ପରିଣତି । ସ୍ଵାମୀର ଛୁରା ମାଡ଼ରେ ପତ୍ନୀ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅନ୍ତର୍ଗତ ଦତ୍ତପୂର ପଞ୍ଚାୟତର ନାରାୟଣପୁର ଗ୍ରାମରେ ।

ମୃତକ ହେଲେ ସବିତା ସାହୁ। ଅଭିଯୁକ୍ତ ସ୍ଵାମୀ ଅଭିମନ୍ୟୁ ସାହୁକୁ ଗିରଫ କଲା ମଙ୍ଗଳପୁର ଥାନା । ସୂଚନା ମୁତାବକ ଦତ୍ତପୁର ପଞ୍ଚାୟତ ନାରାୟଣପୁର ଗାଁର ଅଭିମନ୍ୟୁ ସାହୁ ଓ ପତ୍ନୀ ସବିତା ଙ୍କ ମଧ୍ୟରେ କୌଣସି କାରଣରୁ କଥା କଟା କଟି, ଯୁକ୍ତି ତର୍କ ଲାଗିଥିଲା । ଅଭିମନ୍ୟୁ ପତ୍ନୀଙ୍କ କଥା ସହି ନପାରି ଏକ ଧାରୁଆ ଛୁରୀ ରେ ଆକ୍ରମଣ କରିଥିଲେ । ପତ୍ନୀ ସବିତାଙ୍କ ବେକ, ଛାତିରେ ଗଭୀର ଆଘାତ ଲାଗିଥିଲା । ରକ୍ତ ଯୁଡୁବୁଡୁ ଅବସ୍ଥାରେ ତାଙ୍କୁ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା । ମାତ୍ର ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଖବର ପାଇ ଏସଡିପିଓ ସତ୍ୟବ୍ରତ ଲେଙ୍କା, ଏସ ଆଇ ବିଭୂତି ଭୂଷଣ ମହାପାତ୍ର ସଦଳବଳ ଘଟଣା ସ୍ଥଳରେ ପହଞ୍ଚି ସ୍ଵାମୀ ଅଭିମନ୍ୟୁ ସାହୁକୁ ଗିରଫ କରି ତଦନ୍ତ ଆରମ୍ଭ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...