32.9 C
Balāngīr
Tuesday, May 20, 2025

ସ୍ୱାମୀର କଟୁରୀ ଚୋଟରେ ସ୍ତ୍ରୀ ଗୁରୁତର, ଟଙ୍କା ପାଇଁ କଲା ମରଣାନ୍ତକ ଆକ୍ରମଣ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଚାନ୍ଦବାଲି, (୨୭/୦୪) : ଆପ୍ର. : ଟଙ୍କା ପାଇଁ ସ୍ୱାମୀ ସ୍ତ୍ରୀଙ୍କ ଭିତରେ ଝଗଡା । ପରେ ଏକ କଟୁରୀରେ ସ୍ୱାମୀ ସ୍ତ୍ରୀକୁ କଲା ମରଣାନ୍ତକ ଆକ୍ରମଣ

ଗୁରୁତର ଅବସ୍ଥାରେ ସ୍ତ୍ରୀ ପ୍ରଥମେ ତିହିଡି ମେଡିକାଲରେ ଚିକିତ୍ସିତ ହେବା ପରେ ଗୁରୁତର ହେବାରୁ ତାଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଅଭିଯୋଗ ମୁତାବକ, ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରୁ ସ୍ତ୍ରୀ ଅର୍ଥ ନ ଆଣିବାରୁ ସ୍ତ୍ରୀକୁ କଟୁରୀରେ ଆକ୍ରମଣ କରିଛି ସ୍ୱାମୀ । ସ୍ତ୍ରୀକୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପ୍ରଥମେ ତିହିଡି ପରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି ।

ଏମିତି ଏକ ହୁଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ଘଣ୍ଟେଶ୍ୱର ଫାଣ୍ଡି ଅଧୀନ ବଜାରପୁର ପଂଚାୟତ ବାଲିଆପାଳ ଗ୍ରାମରେ । ସୂଚନା ମୁତାବକ ଖଗେଶ୍ୱର ନାଉରି ସ୍ତ୍ରୀକୁ ଦୀର୍ଘବର୍ଷ ହେବ ମାନସିକ ଏବଂ ଶାରୀରିକ ଯନ୍ତ୍ରଣା ଦେଇ ଆସୁଥିବା ନେଇ ଅଭିଯୋଗ ହୋଇଆସୁଥିଲା । ଏ ନେଇ ଅନେକ ଥର ଭଦ୍ର ଲୋକଙ୍କ ମାଧ୍ୟମ ରେ ସମାଧାନ କରାଯାଇ ଥିଲା ।

ଆଜି କୌଣସି କାରଣକୁ ନେଇ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟ୍ୟରେ ବଚସା ହୋଇଥିଲା । ସ୍ୱାମୀ ଖଗେଶ୍ୱର ଉତ୍ୟକ୍ତ ହୋଇ ସ୍ତ୍ରୀ –କୁ ଏକ କଟୁରୀ ସାହାଯ୍ୟ ରେ ମୁଣ୍ଡ ବେକ ଏବଂ ହାତକୁ ଆକ୍ରମଣ କରିଥିଲେ । ଖବର ପାଇ ଗ୍ରାମବାସୀ ପହଂଚି ଯିବାରୁ ସ୍ୱାମି ଖଗେଶ୍ୱର କଟୁରୀ ଧରି ଗ୍ରାମବାସୀମାନଙ୍କୁ ଆକ୍ରମଣ କରିବାକୁ ଧମକ ଦେଇ ଦୌଡ଼ି ପଳାଇ ଯାଇଥିଲା । ସ୍ତ୍ରୀକୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଗ୍ରାମବାସୀ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ତିହିଡି ପରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...