ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୬/୦୮) : ସ୍ଵାଧୀନତା ଦିବସରେ ହର୍ ଘର୍ ତ୍ରିରଙ୍ଗା ଅଭିଯାନ ପାଳନ ଅବସରରେ ସୋନପୁର ନୂତନ ଟାଉନହଲ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l
ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ତ୍ରିରଙ୍ଗା କନ୍ସର୍ଟ ଓ ପୁରସ୍କାର ବିତରଣ ଅନୁଷ୍ଠିତ କରାଯାଇଥିଲା l ଏଥିରେ ସ୍ଵାଧୀନତା ଦିବସ ପାଇଁ ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା l ବିଭିନ୍ନ ବିଦ୍ୟାଳୟ ଓ ସାଂସ୍କୃତିକ ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ଏବଂ ଶିଶୁ କଳାକାର ମାନେ ସୁନ୍ଦର ଦେଶାତ୍ମୋବୋଧକ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ l ପଦ୍ମଶ୍ରୀ ଚତୁର୍ଭୁଜ ମେହେର, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅଞ୍ଜଳିନା ପ୍ରଧାନ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର, ତହସିଲଦାର ସୌମ୍ୟରୁପା ରଥ ସନ୍ଧ୍ୟା ସାଂସ୍କୃତିକ ବିଚିତ୍ରା ତଥା ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଅତିଥି ଭାବରେ ଯୋଗଦେଇଥିଲେ l
ସୁବର୍ଣ୍ଣପୁର ସଂଗୀତ ମହାବିଦ୍ୟାଳୟ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଟ୍ରେଣ୍ଡି ଏକାଡେମି, କେଜିବିଭି, ଲିଟିଲ୍ ଫ୍ଲାୱର, ମିଲେନିୟମ କିଡ୍ସ,ବାବୁପାଲି ଉପ୍ରା ସ୍କୁଲ, କେନ୍ଦ୍ରୀୟ ବିଦ୍ୟାଳୟ ପ୍ରଭୃତି ଅନୁଷ୍ଠାନ ର ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଚିତ୍ତାକର୍ଷକ ନାଚ ଗୀତ ପରିବେଷଣ କରଯାଇଥିଲା l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ ଏହି ଦିବସର ବିଭିନ୍ନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଲକ୍ଷ୍ମୀ ନାରାୟଣ ସାହୁ ଓ ଅବିନାଶ ହୋତା ସାଂସ୍କୃତିକ କାର୍ଯକ୍ରମକୁ ସଂଯୋଜନା କରିଥଲେ l
ଏହି କାର୍ଯ୍ୟକ୍ରମ ରେ ନେତୃ ସ୍ଥାନୀୟ ବ୍ୟକ୍ତି ବିଶେଷ, ସାମ୍ୱାଦିକ, ବିଭିନ୍ନ ସାମାଜିକ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା, ସ୍କୁଲ କଲେଜ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ ଶିକ୍ଷୟତ୍ରୀ, ଆଧ୍ୟପକ, ଅଧ୍ୟାପିକା, ଜିଲ୍ଲାର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ପ୍ରମୁଖ ବହୁସଂଖ୍ୟାରେ ଯୋଗଦାନ କରିଥିଲେ l