32.9 C
Balāngīr
Tuesday, May 13, 2025

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର । ଗୁରୁତର ମାନେ ପାଟଣାଗଡ଼ ଡାକ୍ତରଖାନାରେ ଭର୍ତ୍ତି । ସୂଚନା ମୁତାବକ ପାଟଣାଗଡ଼ ଥାନା ବିଲେଇସାଥି ଗାଁର ଭୀମସେନ ବରିହା ତାଙ୍କ ସ୍ତ୍ରୀ ଚନ୍ଦ୍ରିକା ବରିହା, ପୁଅ ଚିରଞ୍ଜିତ ବରିହା ଓ ଭିଣୋଇ ଯୁଗଳ ବରିହା ଲରମ୍ଭା ଥାନା ଶଙ୍କରିପାଣି ଗ୍ରାମକୁ ଏକ ବିବାହ ଉତ୍ସବରେ ଯୋଗ ଦେବାପାଇଁ ବାଇକରେ ୪ ଜଣ ଯାଉଥିବା ବେଳେ ଘସିଏନ ଲରମ୍ଭା ମଝିରେ ବାଲିବୋଝେଇ ହାଇୱା ବ୍ରେକ ଦେଇଦେବା ହେତୁ ବାଇକ ହାଇୱାର ପଛପଟେ ପିଟି ହୋଇଥିଲା ଫଳରେ ଆଗରେ ବସିଥିବା ୬ ବର୍ଷର ପୁଅ ଚିରଂଜିତ ବରିହାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା ।

ଗୁରୁତର ତିନିଜଣଙ୍କୁ ସ୍ଥାନୀୟଲୋକ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପ୍ରଥମେ ଘସିଏନ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଆଣିଥିବା ବେଳେ ପରେ ପାଟଣାଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରୁ ହାଇୱାକୁ ଛାଡି ଡ୍ରାଇଭର ଫେରାର ମାରିଥିବା ବେଳେ ଲରମ୍ଭା ପୋଲିସ ହାଇୱା ଗାଡିକୁ ଜବତ କରି ଶିଶୁର ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଦେଇ ଅଧିକ ତଦନ୍ତ ଜାରି ରଖିଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...